ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଯିବାବେଳେ ବାଟରେ ଓଲଟିଲା ପିକ୍‌ଅପ୍‌, ୪ ମୃତ, ୧୬ ଗୁରୁତର

ମୋହନା,୧୧ା୧୨(ମନ୍ମଥ ମିଶ୍ର): ଏକ ଶୁଦ୍ଧିକ୍ରିୟା ଭୋଜିରେ ଯୋଗଦେବାକୁ ପିକ୍‌ଅପ୍‌ ଭ୍ୟାନିରେ ପ୍ରାୟ ୪୦ ଜଣ ଯାତ୍ରୀ ରାମଗିରି ଥାନା ଅନ୍ତର୍ଗତ କେକେସିଂ ଗ୍ରାମରୁ ବାହାରି ମୋହନା ଥାନା ଅନ୍ତର୍ଗତ ଘାଇବାଲି ଗ୍ରାମକୁ ଆସୁଥିବା ବେଳେ ଚନ୍ଦ୍ରଗିରି ଫାଣ୍ଡି ନିକଟ ଚିଟିଙ୍ଗ ଘାଟିରେ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ଗୁରୁତର ଓ ଆହତମାନଙ୍କୁ ଏକ ଡାଲା ଗାଡ଼ି,୧୦୮ ଆମ୍ବୁଲାନ୍ସ ଦ୍ୱାରା ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଥିମଧ୍ୟରୁ ସଙ୍କଟାପନ୍ନ ଅବସ୍ଥାରେ ଥିବା ରାମଗିରି ଥାନା କେକେସିଂ ଗ୍ରାମର ବାସନ୍ତି ଭୂୟାଁ (୬୫)ଓ ଚନ୍ଦ୍ରମା ଭୂୟାଁ (୬୫), ରାଧା କୁଡୁମ୍ବା(୫୨) ହରିବନ୍ଧୁ ଗମାଙ୍ଗ(୬୦)ଙ୍କ ମୃତ୍ୟୁ ଘଟିଥିବାବେଳେ ଗୁରୁତର ୧୬ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଡାକ୍ତର ଏନ୍‌. ଜୟପ୍ରକାଶ ସୂଚନା ଦେଇଛନ୍ତି। ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ଘଟଣାସ୍ଥଳରେ ଚନ୍ଦ୍ରଗିରି ପୋଲିସ ପହଞ୍ଚି ୨୨୯/୨୪ ମାମଲା ରୁଜୁ କରି ପିକ୍‌ଅପ୍‌ ଭ୍ୟାନ୍‌ ( ଓଡି ଠ୫ ଏଏ ୯୬୭୬)କୁ ଜବତ କରିବା ସହ ଅଧିକ ତଦନ୍ତ କରୁଥିବା ଥାନା ଅଧିକାରୀ କହିଛନ୍ତି। ବର୍ତ୍ତମାନ ଗଜପତି ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ମୋହନା ଆଇଆଇସି ବସନ୍ତ କୁମାର ସେଠୀ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ଘଟଣାର ତଦନ୍ତ ପାଇଁ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri