ବ୍ରିଟିଶ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିପଡିଲା ପିକଅପ୍‌ ଭ୍ୟାନ: ୨୫ ଆହତ, ଜଣେ ମୃତ

ପଟ୍ଟାଙ୍ଗି,୨୫।୧୧(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟକୁ ଦାଦନ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ପିକଅପ୍‌ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨୫ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଖବରପାଇବା ପରେ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସ୍ଥାନୀୟ ସ୍ବାସ୍ଥ୍ୟ କେନ୍ଦ୍ର ସହ ଯୋଗାଯୋଗ କରାଯାଇ ଆମ୍ବୁଲାନ୍ସ ଯୋଗେ ଆହତଙ୍କୁ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଯାଇଥିଲା।

ସୂଚନାମୁତାବକ କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ଖିନବର ପଞ୍ଚାୟତର କନାଗ୍ରାମର ପ୍ରାୟ ୨୫ଜଣ ମହିଳା ଏବଂ ପୁରୁଷଙ୍କୁ ନେଇ ଏକ ପିକଅପ୍‌ ଭ୍ୟାନ ପଟ୍ଟାଙ୍ଗି ହୋଇ କୋଟିଆ ପଞ୍ଚାୟତର ନେରିଡିବାଲସା ଦେଇ ପଡୋଶୀ ଆନ୍ଧ୍ର ରାଜ୍ୟ ବିଜୟୱାଡା ଅଞ୍ଚଳକୁ ଯାଉଥିଲା। ସେତିକି ବେଳେ ବ୍ରିଟିଶ ରାସ୍ତାର କୁମ୍ବିମାଡା ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ବ୍ରେକ ଫେଲ ହୋଇଯିବାରୁ ଭାରସାମ୍ୟ ହରାଇ ରାସ୍ତା ପାର୍ଶରେ ରହିଥିବା ପାହାଡ଼କୁ ଧକ୍କା ଦେଇ ରାସ୍ତା ଉପରେ ଓଲଟି ପଡିଥିଲା। ଏହି ସମୟରେ ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳର ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

US-Iran War: ଶେଷ ହେଲା ଆମେରିକା-ଇରାନ ଯୁଦ୍ଧ? US ସାଂସଦଙ୍କୁ ଚିଠି ଲେଖିଲେ ଟ୍ରମ୍ପ, ଜାଣନ୍ତୁ ଡିଲକୁ ନେଇ କ’ଣ କହିଛନ୍ତି

ଓ୍ବାଶିଂଟନ,୨।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଇନ ପ୍ରଣୟନକାରୀମାନଙ୍କୁ ସୂଚନା ଦେଇଛନ୍ତି ଯେ ଇରାନ ବିରୁଦ୍ଧରେ ଯୁଦ୍ଧ ଶେଷ ହୋଇଛି; ତେଣୁ, ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ କଂଗ୍ରେସ…

ସୁପ୍ରିମକୋର୍ଟରୁ TMCକୁ ଶକ୍ତ ଝଟକା, କୋର୍ଟ କହିଲେ, ‘କେନ୍ଦ୍ରୀୟ କର୍ମଚାରୀଙ୍କୁ ବିଶ୍ୱାସ କରନ୍ତୁ’

ନୂଆଦିଲ୍ଲୀ,୨।୫: ଶନିବାର ସୁପ୍ରିମକୋର୍ଟରେ ନିର୍ବାଚନ କମିଶନଙ୍କ ବିରୋଧରେ ତୃଣମୂଳ କଂଗ୍ରେସ (TMC) ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ…

ଚାକିରି ରେଗୁଲାର କରାଇଦେବା ନାଁରେ ଚାହୁଁଥିଲେ ଯୌନ ସୁଖ: ରସିକିଆ ସମ୍ପାଦକ ବାବୁଙ୍କ ନାଁରେ ମାମଲା ରୁଜ୍ଜୁ

ଅତାବିରା,୨।୫(ଯୁଧିଷ୍ଠିର ମହାପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ନାଁରେ ଆସିଲା ଯୌନ କେଳେଙ୍କାରୀର ଅଭିଯୋଗ। ବରଗଡ଼ ଜିଲା ଅତାବିରା ଆରଏମସି ସମ୍ପାଦକ ଶଶାଙ୍କ ଶେଖର ସାହାଣି ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri