ଓଲଟିଲା ତୀର୍ଥଯାତ୍ରୀ ବସ୍‌

ରୂପ୍‌ସା,୧୨ା୯(ଡି.ଏନ୍‌.ଏ.): ବାଲେଶ୍ୱର ୬୦ନଂ ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ଠାରେ ସୋମବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ବସ୍‌ ଓଲଟି ପଡ଼ିଛି। ଫଳରେ ୬୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ୫ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।

ସୂଚନାନୁଯାୟୀ ରାଜନନ୍ଦିନୀ ନାମକ ଡବ୍ଲ୍ୟୁବି ୨୯ ବି ୩୪୩୨ ନଂ ବିଶିଷ୍ଟ ଏକ ତୀର୍ଥଯାତ୍ରୀ ବସ୍‌ ପଶ୍ଚିମବଙ୍ଗ ମେଦିନୀପୁରରୁ ୬୫ରୁ ଊର୍ଦ୍ଧ୍ୱ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଯାଇଥିଲେ। ରବିବାର ରାତିରେ ଛତିଆରୁ ଦିଘା ଅଭିମୁଖେ ଯାତ୍ରା କରୁଥିବା ବେଳେ ଭୋର୍‌ ୪ଟାରେ ହଳଦୀପଦାଠାରେ ଏଭଳି ଦୁର୍ଘଟଣା ଘଟିଥିଲା। ଡ୍ରାଇଭରକୁ ନିଦ ଲାଗିଥିବା କାରଣ କିମ୍ବା ଅସାବଧାନତା ଯୋଗୁ ରାଜପଥ ପାର୍ଶ୍ୱ ନୟନଯୋଡ଼ିକୁ ବସ୍‌ଟି ଓଲଟି ପଡ଼ିଥିଲା।
ଘଟଣାସ୍ଥଳରେ ୫ ଯାତ୍ରୀ ଆହତ ହୋଇଥିଲା ବେଳେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ସମସ୍ତ ଯାତ୍ରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ବସ୍ତା ଥାନା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri