ଓଲଟିଲା ସ୍କୁଲ ବସ୍‌: ମଦ ପିଇ ଗାଡି ଚଳାଉଥିଲେ ଡ୍ରାଇଭର

ପଦ୍ମପୁର,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସହରର ଜେନିଥ ଲାୟନ୍ସ ଗୁରୁକୁଳର ଏକ ବସ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଛାତ୍ରୀଛାତ୍ରଙ୍କୁ ଛାଡିବାକୁ ଯାଉଥିବା ବେଳେ ଝାଙ୍କରପାଲି ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଥିଲା। ଫଳରେ ବସ୍‌ରେ ଥିବା ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁତର ଆହତ ହୋଇଥିବା ଜଣାପଡିଛି। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଛାତ୍ରୀଛାତ୍ରମାନଙ୍କ ଅଭିଯୋଗ ମୁତାବକ, ଡ୍ରାଇଭର ଜଣକ ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଇଥାନ୍ତି। ଏନେଇ ସ୍କୁଲରେ ଅଭିଯୋଗ କରିଥିଲେ ମଧ୍ୟ କେହି ଶୁଣି ନ ଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।