କାଳହେଲା ଶିବରାତ୍ରି ଯାତ୍ରା: କୁସୁମୁଣ୍ଡା ଘାଟିରେ ଓଲଟିଲା ଟ୍ରାକ୍ଟର, ୩୦ରୁ ଊର୍ଦ୍ଧ୍ୱ ଗୁରୁତର

ତୁମୁଡିବନ୍ଧ,୯।୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବେଲଘରରୁ ମହାଶିବରାତ୍ରି ଯାତ୍ରା ଦେଖି ଟ୍ରାକ୍ଟରରେ ଫେରୁଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି। କୁସୁମୁଣ୍ଡା ଘାଟି ବୁଲନ୍ତିଆଠାରେ ଶନିବାର ସକାଳେ  ଟ୍ରାକ୍ଟର ଓଲଟି ୩୦ରୁ ଊର୍ଦ୍ଧ୍ୱ  ଗୁରୁତର ହୋଇଛନ୍ତି। ଗୁରୁତରମାନେ ଝିରିପାଣି  ପଞ୍ଚାୟତ ସିକକି ଗ୍ରାମ ଓ ଆଖପାଖ ଗ୍ରାମର ବୋଲି ଜଣାପଡ଼ିଛି।
ଖବରପାଇ ବେଲଘର ସିଆରପିଏଫ୍‌ ଯବାନ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ବେଲଘର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ  ପ୍ରାଥମିକ ଚିକିତ୍ସା ପରେ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି।  ଚିକିତ୍ସା ଜାରୀ ରହିଥିବାବେଳେ ୧୪ଜଣଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri