ଓଲଟିଲା ଭ୍ୟାନ୍‌ : ୨ ମୃତ, ୬ ଗୁରୁତର

ହେମଗିର,୩୧।୫(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ଅନ୍ତର୍ଗତ ଉସତାଲି ଘାଟି ନିକଟରେ ଏକ ଶ୍ରମିକ ନେଇ ଯାଉଥିବା କ୍ୟାମ୍ପର ଭ୍ୟାନ ଭାରସାମ୍ୟ ହରାଇ ଦୁଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୨ ଜଣଙ୍କୁ ସୁନ୍ଦରଗଡ ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇ ପଠାଯାଇଛି।
ମିଳିଥିବା ସୂଚନା ଅନୁସାରେ, ହେମଗିର ବ୍ଲକ ସ୍ଥିତ ଡୁଡୁକା ଠାରେ ବାଲାଜି କମ୍ପାନୀରେ କାମ କରିବା ପାଇ ହେମଗିର ଠାରୁ ଏକ କ୍ୟାମ୍ପର ଗାଡି (ଓଡି ୨୩ଏଲ ୩୯୧୨)ରେ ହେମଗିର ଗ୍ରାମର ରୁପେଶ ମୈତ୍ରୀ, ହୁକୁମ ଚନ୍ଦ ମୈତ୍ରୀ, ବିନୋଦ ମୈତ୍ରୀ, ଧନୁକୁମାରି ମୈତ୍ରୀ,ମମତା ଗନ୍ଧବା, ଶେମବାଇ ଗନ୍ଧବା, ମତିବାଇ ଗନ୍ଧବାଙ୍କ ଯାଉଥିବା ସମୟରେ ଉସତାଲି ଘାଟି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଦଶଫୁଟ ତଳକୁ ଓଲଟି ପଡିଥିଲା। ଏଥିରେ ଦୁଇ ଜଣ ଶେମବାଇ ଗନ୍ଦବା ଓ ମତିବାଇ ଗନ୍ଦବାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଆହତ ମାନଙ୍କୁ ହେମଗିର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇ ଅଣାଯାଇ ଥିବାବେଳେ ଗୁରୁତର ଆହତ ମାନଙ୍କୁ ଅଧିକ ଚିକିତ୍ସା ପାଇ ସୁନ୍ଦରଗଡକୁ ପଠାଯାଇଛି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିଲା। ପରେ ଘଟଣା ସ୍ଥଳରେ କମ୍ପାନୀ କର୍ତ୍ତୃପକ୍ଷ ଓ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି କ୍ଷତି ପୂରଣ ବାବଦକୁ ଲକ୍ଷେ ଟଙ୍କା ପ୍ରଦାନ କରାଜିବା ସହ ଇନ୍ସୁରାନ୍ସର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଉତ୍ୟକ୍ତ ଲୋକେ ଶାନ୍ତ ହୋଇଥିଲା । ପରେ ହେମଗିର ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri