ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଲୋକ ସଭା କ୍ଷେତ୍ରର ସମୀକ୍ଷା

ଭୁବନେଶ୍ୱର,୨୩ା୩(ଅନିଲ ଦାସ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡି ପାଇଥିବା ସଫଳତାକୁ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ପୁନରାବୃତ୍ତି କରିବ। ୨୦୧୯ ଲୋକ ସଭା ନିର୍ବାଚନରେ ହରାଇଥିବା ବରଗଡ଼, କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା ଆସନକୁ ଦଖଲ ସହ ଏହି ୩ ଲୋକ ସଭା କ୍ଷେତ୍ର ଅଧୀନ ସମସ୍ତ ୨୧ ବିଧାନସଭା ଆସନରେ ବିଜୟ ନିମନ୍ତେ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ଶୁକ୍ରବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ୩ ଲୋକ ସଭା ନିର୍ବାଚନମଣ୍ଡଳୀ ଓ ଏହା ଅଧୀନ ସମସ୍ତ ବିଧାନସଭା କ୍ଷେତ୍ରରେ ଦଳର ସ୍ଥିତି, ନିର୍ବାଚନୀ ପ୍ରସ୍ତୁତି ସମ୍ପର୍କରେ ସମ୍ପୃକ୍ତ ଅଞ୍ଚଳର ଦଳୀୟ ନେତା, ପର୍ଯ୍ୟବେକ୍ଷକଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି।
ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ନବୀନ ନିବାସରେ ପହଞ୍ଚିଥିଲେ ବରଗଡ଼, କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା କ୍ଷେତ୍ର ଓ ୨୧ଟି ବିଧାନସଭା ଅଞ୍ଚଳର ଦଳୀୟ ନେତା। ଏହି ବୈଠକରେ ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇଥିଲେ। ପ୍ରଥମେ ବରଗଡ଼, ପରବର୍ତ୍ତୀ ପର୍ଯ୍ୟାୟରେ କଳାହାଣ୍ଡି ଓ ବଲାଙ୍ଗୀର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକରେ ସାଙ୍ଗଠନିକ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଜଣ ଜଣ କରି ପର୍ଯ୍ୟବେକ୍ଷକ, ବିଧାୟକ ଓ ଅନ୍ୟ ନେତାମାନଙ୍କ ସହ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ଥର ଆମ ଉପରେ ଜନତାଙ୍କ ଆଶା ଓ ଭରସା ବୃଦ୍ଧି ପାଉଛି। ସାଧାରଣ ଲୋକଙ୍କ ପାଇଁ ସରକାର ପ୍ରତିବଦ୍ଧ ଭାବରେ କାର୍ଯ୍ୟ କରି ଆସୁଛନ୍ତି। ଓଡ଼ିଶାର ରୂପାନ୍ତରଣ କାର୍ଯ୍ୟ ପ୍ରତ୍ୟେକ ଲୋକଙ୍କୁ ଖୁସି ଆଣି ଦେଇଛି ଓ ‘୫-ଟି’ ଉପକ୍ରମ ରାଜ୍ୟବାସୀଙ୍କ ଜୀବନକୁ ପ୍ରଭାବିତ କରିଛି। ଲୋକଙ୍କ ମତ ଆଧାରରେ ସରକାର ପ୍ରକଳ୍ପ ଓ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଆଗାମୀ ୧୦ ବର୍ଷ ଓଡ଼ିଶା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏକ ନୂଆ ଏବଂ ସଶକ୍ତ ଓଡ଼ିଶା ଗଠନ ପାଇଁ ଆମର ପ୍ରତିବଦ୍ଧତାକୁ ଆହୁରି ନିବିଡ଼ କରିବାକୁ ହେବ। ତେଣୁ କାଳବିଳମ୍ବ ନ କରି ନିଜ ନିଜ ଅଞ୍ଚଳର ବୁଥ୍‌ସ୍ତରରେ କାର୍ଯ୍ୟ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ଦଳୀୟ ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରସ୍ତୁତି, ରଣନୀତି ନିର୍ଦ୍ଧାରଣ ଓ କ୍ଷେତ୍ର ସ୍ତର କାର୍ଯ୍ୟ ମଧ୍ୟରେ ସମନ୍ବୟ ରକ୍ଷା ନିମନ୍ତେ ନବୀନ ନିବାସ ଓ ଶଙ୍ଖ ଭବନରେ ମନିଟରିଂ ବା ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଲୋକ ସଭା ଓ ବିଧାନସଭା କ୍ଷେତ୍ରଗୁଡ଼ିକରେ କାର୍ଯ୍ୟ କରୁଥିବା ପର୍ଯ୍ୟବେକ୍ଷକମାନେ ପ୍ରତି ସାରେ ଏହି ନିୟନ୍ତ୍ରଣ କକ୍ଷକୁ ସିଧାସଳଖ ରିପୋର୍ଟ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ମୁଖ୍ୟମନ୍ତ୍ରୀ ରାଜ୍ୟର ନବ ରୂପାନ୍ତର ନିମନ୍ତେ ପଣ କରିଛନ୍ତି। ଓଡ଼ିଶାକୁ ସମୃଦ୍ଧିର ଶୀର୍ଷରେ ପହଞ୍ଚାଇବା ସହ ରାଜ୍ୟର ପ୍ରତ୍ୟେକ ଲୋକଙ୍କୁ ନିଜ ପରିବାର ସଦସ୍ୟ ମନେକରି କାର୍ଯ୍ୟ କରିଛନ୍ତି। ତାଙ୍କ ସ୍ବପ୍ନର ଓଡ଼ିଶା ଗଠନ ନିମନ୍ତେ ଆମେମାନେ ନିଷ୍ଠାର ସହ କାର୍ଯ୍ୟ କରିବା ଏବଂ ଆଗାମୀ ନିର୍ବାଚନରେ ଦଳର ବିଜୟ ପତାକା ଉଡ଼ାଇବା ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରିବାକୁ ସେ କହିଛନ୍ତି। ବୈଠକରେ ଏମ୍‌ପି ସୁଜିତ କୁମାର, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଦିବ୍ୟଶଙ୍କର ମିଶ୍ର, ଭୂପିନ୍ଦର ସିଂହ, ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟଙ୍କ ସହ ସମସ୍ତ ବିଧାୟକ ଓ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri