ବରଗଡ଼ରେ କୋଭିଡ ଟିକାକରଣ ଆରମ୍ଭ

ବରଗଡ଼ ଅଫିସ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କୋଭିଡ ଟିକାକରଣର ଶୁଭାରମ୍ଭ କରିବା ପରେ ବରଗଡ଼ ଜିଲାରେ ମଧ୍ୟ ଏହି ପ୍ରକିୟା ଆରମ୍ଭ ହୋଇଛି। ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସ୍‌ପି ପଦ୍ମିନୀ ସାହୁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅରୁଣ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ରହି ଏହାର ଶୁଭାରମ୍ଭ କରିଥିଲେ। ପରେ ଡା. ସୁରେଶ କୁମାର ତ୍ରିପାଠୀ ପ୍ରଥମେ ଟିକା ନେଇଥିଲେ। ତେବେ ଟିକା ନେବା ପରେ ତାଙ୍କଠାରେ କୌଣସି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇ ନାହିଁ। ଫଳରେ ଭୟଭୀତ ନ ହୋଇ ଏହି ଟିକା ନେବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ବରଗଡ଼ ଜିଲାର ଖେଦାପାଲିସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ସମେତ ବରଗଡ଼ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା, ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ଏବଂ ବରଗଡ଼ର ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏହି ଟିକାକରଣ ଚାଲିଛି। ପ୍ରତ୍ୟେକ ଟିକାକରଣ କେନ୍ଦ୍ରରେ ଦିନକୁ ୧୦୦ ଜଣ ଲେଖାଏ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କୁ ଟିକାକରଣ ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଜିଲାକୁ ୭୨୫୦ ଡୋଜ କୋଭିଡ ଟିକା ଆସିଥିବାବେଳେ ଇତିମଧ୍ୟରେ ଟିକା ନେବା ପାଇଁ ୧୦ହଜାର ୮୪୬ ଜଣ ପଞ୍ଜିକରଣ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri