Posted inଜାତୀୟ

ଆମେ ଛୋଟ ପିଲା ନୁହେଁ, ବିଭ୍ରାନ୍ତ ହୋଇଯିବୁ: ଓଓ୍ବେସି

ନୂଆଦିଲ୍ଲୀ,୨୫।୧୦: ନାଗରିକ ସଂଶୋଧନ ଆଇନକୁ ନେଇ ଆର୍‌ଏସଏସ ମୁଖ୍ୟ ମୋହନ ଭାଗବତଙ୍କ ବିବୃତିରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଅଲ ଇଣ୍ଡିଆ ମଜଲିସ୍‌-ଏ-ଇତ୍ତେହାଦୁଲ ମୁସଲିମିନ (ଆଇଏଏମଆଇଏମ) ଅଧ୍ୟକ୍ଷ ଅସଦୁଦ୍ଦିନ ଓୱେସି। ସେ କହିଛନ୍ତି, ମୁସଲମାନମାନେ ପିଲା ନୁହନ୍ତି ଯେ ସେମାନେ ବିଭ୍ରାନ୍ତ ହୋଇଯିବେ। ଭାଜପା ସିଏଏ ଏବଂ ଏନ୍‌ସିଆର୍‌ ଉଦ୍ଦେଶ୍ୟ ସ୍ପଷ୍ଟ କରୁନାହାନ୍ତି। ଯଦି ଏହା ମୁସଲମାନ ସଂକ୍ରାନ୍ତୀୟ ନୁହେଁ, ତେବେ ଏହି ଆଇନରୁ ଧର୍ମ ପ୍ରସଙ୍ଗ ଉଠାଇ ଦିଆଯାଉ। ଆମର ଭାରତୀୟତା ପ୍ରମାଣ କରିବା ଲାଗି ଆବଶ୍ୟକ ଆଇନ ହେବାଯାଏଁ ଆମେ ବାରମ୍ବାର ପ୍ରତିବାଦ କରିବୁ। ସୂଚନାଯୋଗ୍ୟ, ସିଏଏ ବିରୋଧୀ ପ୍ରତିବାଦ ପ୍ରସଙ୍ଗ ଉଠାଇ ଆରଏସଏସ ମୁଖ୍ୟ ଭାଗବତ କହିଥିଲେ, ସିଏଏ କୌଣସି ସମ୍ପ୍ରଦାୟକୁ ବିରୋଧ କରିବା ପାଇଁ ଉଦ୍ଦିଷ୍ଟ ନୁହେଁ। ଏହି ନିୟମକୁ ବିରୋଧ କରୁଥିବା ଲୋକମାନେ ମୁସଲମାନ ଭାଇମାନଙ୍କୁ ବିଭ୍ରାନ୍ତ କରିବାକୁ ଚାହୁଁଛନ୍ତି। ତେଣୁ ମୁସଲମାନ ଭାଇମାନଙ୍କୁ କହିବାକୁ ଚାହାଁନ୍ତି ଯେ ଏହି ନିୟମର ଉଦ୍ଦେଶ୍ୟ ହେଉଛି ମୁସଲମାନ ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା। ସିସିଏକୁ ବ୍ୟବହାର କରି ସୁବିଧାବାଦୀମାନେ ପ୍ରତିବାଦ ନାଁରେ ଯୋଜନାବଦ୍ଧ ହିଂସା ଭିଆଇଛନ୍ତି ବୋଲି ଭାଗବତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri