Posted inଜାତୀୟ

ସତ ଲୁଚାଉଛନ୍ତି ମୋଦି ସରକାର: ଓଓ୍ବାଇସି

ନୂଆଦିଲ୍ଲୀ,୧୫।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମିନ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି। ତୱାଙ୍ଗ ପ୍ରସଙ୍ଗରେ କେନ୍ଦ୍ର ମୋଦି ସରକାର ସତ ଲୁଚାଇଥିବା ଅଭିଯୋଗ କରିଛନ୍ତି ଓୱାଇସି।
ସରକାରଙ୍କୁ ଟାର୍ଗେଟ୍‌ କରି ଓୱାଇସି କହିଛନ୍ତି, ଏହା ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା। ସେଥିପାଇଁ ସଂସଦରେ ଏକ ବିତର୍କ ଆବଶ୍ୟକ। ପ୍ରଧାନମନ୍ତ୍ରୀ ସବୁ ପ୍ରଶ୍ନର ଉତ୍ତର ଦେବା ଉଚିତ୍‌। ସତ ଆମ ଲୋକଙ୍କ କାହିଁକି ଲୁଚା ଯାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି।
ଏକ ଇଂରାଜୀ ଖବରକାଗଜରେ ପ୍ରକାଶିତ ଖବରକୁ ଦର୍ଶାଇ ଓୱାଇସି କହିଛନ୍ତି, ଯଦି ବ୍ରିଟିଶ ଖବରକାଗଜର ରିପୋର୍ଟ ସତ୍ୟ, ତେବେ ଏହାର ଅର୍ଥ ହେଉଛି ଯେ ଚାଇନା ସୀମାରେ ଅବସ୍ଥା ଯାହା କୁହାଯାଉଛି ତା’ଠାରୁ ଅଧିକ ଗମ୍ଭୀର। ଲଦାଖରୁ ଅରୁଣାଚଳ ପର୍ଯ୍ୟନ୍ତ ମାମଲା ଗମ୍ଭୀର ରହିଛି। ଏଥିପାଇଁ ସରକାର ଉତ୍ତର ଦେବା ଉଚିତ୍‌।
ଓୱାଇସି ଟୁଇଟ୍‌ରେ ଲେଖିଛନ୍ତି, ଆମର ଏକ ଶକ୍ତିଶାଳୀ ସେନା କିନ୍ତୁ ବହୁତ ଦୁର୍ବଳ ପ୍ରଧାନମନ୍ତ୍ରୀ। ସେମାନେ ଚାଇନା ନାଁ ଧରିବାକୁ ମଧ୍ୟ ଭୟ କରୁଛନ୍ତି, ଦେଶ ତଥା ନେତାଙ୍କ ପ୍ରଶ୍ନରୁ ଦୂରେଇ ରହିଛନ୍ତି। ଏହା ଏକ ବଡ ସଙ୍କଟ। ଏହାର ଉତ୍ତର କେବଳ ଏକ ବିତର୍କ ମାଧ୍ୟମରେ ମିଳିପାରିବ, କିନ୍ତୁ ସରକାରଙ୍କ ଆଭିମୁଖ୍ୟ ସମ୍ପୂର୍ଣ୍ଣ ଗ୍ରହଣୀୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri