Posted inଜାତୀୟ

ତୃତୀୟ ମୋର୍ଚ୍ଚାର ସଙ୍କେତ ଦେଲେ ଓଓ୍ବାଇସି

ନୂଆଦିଲ୍ଲୀ,୧୭।୯: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ରାଜନୀତି ସରଗରମ ହେବାରେ ଲାଗିଛି। ଏନ୍‌ଡିଏ ଏବଂ ମିଳିତ ମେଣ୍ଟ ‘ଇଣ୍ଡିଆ’ ପରେ ଏବେ ଏକ ତୃତୀୟ ସାମ୍ମୁଖ୍ୟ ମଧ୍ୟ ଗଠନ ହେଉଥିବା ଜଣାପଡିଛି। ଏନେଇ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ ଓୱାଇସି ସଙ୍କେତ ଦେଇଛନ୍ତି।
ମିଳିତ ମେଣ୍ଟ ‘ଇଣ୍ଡିଆ’ରେ ଯୋଗଦେବାକୁ ଆମନ୍ତ୍ରିତ ନ ହେବା ଉପରେ ଅସାଦୁଦ୍ଦିନ ଓୱାଇସି କହିଛନ୍ତି ଯେ, ଆମନ୍ତ୍ରିତ ନ ହେବା ପାଇଁ ମୁଁ ଚିନ୍ତିତ ନୁହେଁ। ବିଏସପି ମୁଖ୍ୟ ମାୟାବତୀ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଏବଂ ଉତ୍ତର-ପୂର୍ବ ଏବଂ ମହାରାଷ୍ଟ୍ରର ଅନେକ ଦଳ ମଧ୍ୟ ଏହି ମିଳିତ ମଞ୍ଚରେ ସାମିଲ ନୁହଁନ୍ତି। ଆମେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କୁ ଆଗକୁ ଯାଇ ତୃତୀୟ ଫ୍ରଣ୍ଟ ଗଠନ କରିବାକୁ ଏବଂ ଏଥିରେ ଅନେକ ଦଳ ସାମିଲ କରିବାକୁ କହିଛୁ। ବର୍ତ୍ତମାନ ଏକ ରାଜନୈତିକ ଶୂନ୍ୟସ୍ଥାନ ଅଛି ଯାହା କେସିଆର୍‌ଙ୍କ ନେତୃତ୍ୱରେ ପରିପୂର୍ଣ୍ଣ ହେବ। ‘ଇଣ୍ଡିଆ’ ମେଣ୍ଟ ଏହି ଶୂନ୍ୟସ୍ଥାନ ପୂରଣ କରିବାରେ ସକ୍ଷମ ନୁହଁନ୍ତି।
ଜୁଲାଇରେ ବେଙ୍ଗାଲୁରୁରେ ଅନୁଷ୍ଠିତ ବିରୋଧୀ ମିଳିତ ମେଣ୍ଟ ‘ଇଣ୍ଡିଆ’ ବୈଠକରେ ୨୬ ଦଳ ଅଂଶଗ୍ରହଣ କରିଥିଲେ। କିନ୍ତୁ ଏହି ବୈଠକକୁ ଏଆଇଏମ୍‌ଆଇଏମ୍‌ ଦଳକୁ ଡକାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri