Posted inଜାତୀୟ

ରଦ୍ଦ ହୋଇଯିବ ଓଓ୍ବାଇସିଙ୍କ ସଦସ୍ୟଦା, ରାଷ୍ଟ୍ରପତିଙ୍କ ପାଖରେ ହେଲା ଅଭିଯୋଗ

ନୂଆଦିଲ୍ଲୀ,୨୬।୬: ହାଇଦ୍ରାବାଦର ଲୋକସଭା ସାଂସଦ ତଥା ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମନ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଏମପି ଭାବରେ ଶପଥ ଗ୍ରହଣ କରିଛନ୍ତି। ଶପଥ ସମାରୋହରେ ସେ ପାଲେଷ୍ଟାଇନକୁ ସମର୍ଥନ କରିବା ସହ ସ୍ଲୋଗାନ ଦେଇଥିଲେ। ଯାହା ପରେ ବିବାଦ ଦେଖାଦେଇଥିଲା। ଓୱାଇସି ଏହା ଉପରେ ସ୍ପଷ୍ଟୀକରଣ ମଧ୍ୟ ଦେଇଛନ୍ତି। ହେଲେ ତାଙ୍କ ସଂସଦର ସଦସ୍ୟତା ବାତିଲ କରିବାକୁ ଦାବି ତେଜିବାରେ ଲାଗିଛି। ଏହି ସମୟରେ ଆଇଜନୀବୀ ହରିଶଙ୍କର ଜୈନ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ନିକଟରେ ଅଭିଯୋଗ କରିଛନ୍ତି।

ହରିଶଙ୍କର ଭାରତୀୟ ସମ୍ବିଧାନର ଧାରା ୧୦୨ ଏବଂ ୧୦୩ ଅନୁଯାୟୀ ରାଷ୍ଟ୍ରପତିଙ୍କ ନିକଟରେ ଅଭିଯୋଗ କରିଛନ୍ତି ଏବଂ ତାଙ୍କୁ ସଂସଦର ସଦସ୍ୟ ଭାବରେ ଅଯୋଗ୍ୟ ଘୋଷଣା କରିବାକୁ ଦାବି କରିଛନ୍ତି। ସୂଚନାଥାଉ କି, ଓୱାଇସିଙ୍କ ସ୍ଲୋଗାନ ପରେ ସଂସଦରେ ଉତ୍ତେଜନା ଦେଖାଦେଇଥିଲା।

ଏନଡିଏ ଏମପିମାନେ ଏହାକୁ ନେଇ ତୀବ୍ର ବିରୋଧ ପ୍ରଦର୍ଶନ କରିଥିଲେ। ଓୱାଇସିଙ୍କ ବିବୃତ୍ତିରେ ଭାଜପା ଆପତ୍ତି କରିଛି ଏବଂ କହିଛି ଯେ ବିଦ୍ୟମାନ ନିୟମ ଅନୁଯାୟୀ ତାଙ୍କୁ ସଂସଦରୁ ଅଯୋଗ୍ୟ ଘୋଷଣା କରିବାର କାରଣ ରହିଛି। ଧାରା ୧୦୨କୁ ଦର୍ଶାଇ ଭାଜପା କହିଛି ଯେ, ଓୱାଇସିଙ୍କୁ ସଦସ୍ୟତା ଅଯୋଗ୍ୟ କରାଯାଇପାରିବ।

ଏନେଇ ଆସାଦୁଦ୍ଦିନ ଓୱାଇସି ମଧ୍ୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସେ ଗୃହରେ କିଛି ଭୁଲ କହି ନାହାଁନ୍ତି। ସମ୍ବିଧାନର କୌଣସି ବ୍ୟବସ୍ଥାକୁ ଉଲ୍ଲଂଘନ କରିନାହାଁନ୍ତି। ଶପଥ ଗ୍ରହଣ ସମୟରେ ହାଇଦ୍ରାବାଦର AIMIM ଏମପି ‘ଜୟ ପାଲେଷ୍ଟାଇନ’ ସ୍ଲୋଗାନ ଦେଇଥିଲେ। ଯାହାର ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri