Posted inଜାତୀୟ

ବିଜୁଳି ସଙ୍କଟ: ୭୨ ଥର୍ମାଲ ପ୍ଲାଣ୍ଟରେ ମାତ୍ର ୩ ଦିନ ପାଇଁ ରହଛି କୋଇଲା, ଉପୁଜିପାରେ ଚାଇନା ଭଳି ପରିସ୍ଥିତି

ନୂଆଦିଲ୍ଲୀ,୩ ।୧୦: ଦେଶରେ ଚାଇନା ଭଳି ବିଜୁଳି ସଙ୍କଟ ଦେଖାଦେଇପାରେ ବୋଲି ଆଶଙ୍କା କରାଯାଇଛି । ବିଶେଷଜ୍ଞମାନେ କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ ଓ ଅନ୍ୟ ଏଜେନ୍ସି ପକ୍ଷରୁ ଜାରି କରାଯାଇଥିବା କୋଇଲା ଉପଳବ୍ଧର ପରିମାଣକୁ ନେଇ ଏଭଳି ଚେତାବନି ଦେଇଛନ୍ତି । ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି କି ଦେଶରେ ୧୩୫ ଥର୍ମାଲ ପାୱାର ପ୍ଲାଣ୍ଟରୁ ୭୨ଟି ପ୍ଲାଣ୍ଟରେ ପ୍ରାୟ ୩ ଦିନ ପାଇଁ ବିଜୁଳି ପ୍ରସ୍ତୁତ କରିବାକୁ କୋଇଲା ଗଚ୍ଛିତ ରହିଛି । ଏହା ସମୁଦାୟ ପ୍ଲାଣ୍ଟର ୬୬,୩୫ ପ୍ରତିଶତ ବିଜୁଳି ଉତ୍ପାଦନ କରିଥାଏ । ଯଦି ଏହା ବନ୍ଦ ହୋଇଗଲା ତେବେ ୩୩ ପ୍ରତିଶତ ବିଜୁଳି ସଙ୍କଟ ଦେଖାଦେବ । ସରକାରୀ ସୂତ୍ର ଅନୁଯାୟୀ, କରୋନା ପୂର୍ବରୁ ଅଗଷ୍ଟ-ସେପ୍ଟେମ୍ବର ୨୦୧୯ରେ ଦେଶରେ ପ୍ରତିଦିନ ୧୦,୬୬୦ କୋଟି ୟୁନିଟ ବିଜୁଳି ଆବଶ୍ୟକ ଥିଲା । ଯାହା ଅଗଷ୍ଟ-ସେପ୍ଟେମ୍ବର ୨୦୨୧ରେ ବୃଦ୍ଧି ପାଇ ୧୨,୪୨୦ କୋଟି ୟୁନିଟ ହୋଇଯାଇଛି । ଫଳରେ ଥର୍ମାଲ ପାୱାର ପ୍ଲାଣ୍ଟରେ ଏବେ ୬୧.୯୧ ପ୍ରତିଶତ ବିଜୁଳି ଉତ୍ପାଦନ ହେଉଛି । ଏହାଦ୍ୱାରା ଚଳିତ ବର୍ଷ କୋଇଲା ଖର୍ଚ୍ଚ ୧୮ ପ୍ରତିଶତ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri