ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ବାରିପଦା ଅଫିସ/ଚିତ୍ରଡ଼ା,୨୨ା୧୦(ଡି.ଏନ.ଏ.): କରୋନା କଟକଣା ନ ମାନି ଯାତ୍ରା ପରିବେଷଣ କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସ ‘ଧର୍ତ୍ତୀ ସିର୍ଜନ’ ନାମକ ଏକ ଆଦିବାସୀ ଯାତ୍ରା ପାର୍ଟିର ମାଲିକଙ୍କୁ ଗିରଫ କରିବା ସହ ୬ ଆୟୋଜକଙ୍କ ନାମରେ ମାମଲା ରୁଜୁ କରିଛି। ଯାତ୍ରା ପାର୍ଟିର ସରଞ୍ଜାମ ବୋଝେଇ ଏକ ଟ୍ରକ୍‌ ମଧ୍ୟ ଜବତ ହୋଇଛି । ଗିରଫ ମାଲିକ ହେଲେ କରଞ୍ଜିଆ ଥାନା ଅଧୀନ ଖଡ଼ିକୁଦର ଗ୍ରାମର କରନ ମୁର୍ମୁ।

ମୋରଡା ଥାନା ଅଧୀନ ଖୁଣ୍ଟାପାଳ ଗ୍ରାମରେ ବୁଧବାର ରାତିରେ ବେଆଇନ ଭାବେ ଏକ ଆଦିବାସୀ ଯାତ୍ରା ଚାଲିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାତ୍ରା ପରିବେଷଣ ବନ୍ଦ ପାଇଁ କହିଥିଲା। ତେବେ କମିଟିର କର୍ମକର୍ତ୍ତା ଓ ଯାତ୍ରା ପାର୍ଟିର ମାଲିକ ପୋଲିସ କଥା ନ ଶୁଣି ଯୁକ୍ତିତର୍କ କରିଥିଲେ। ଅଧାରୁ ଯାତ୍ରା ବନ୍ଦ ହେବା ଶୁଣି ଦର୍ଶକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ସେଠାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ଯାତ୍ରାପାର୍ଟି ମାଲିକଙ୍କୁ ଗିରଫ କରି ଥାନାକୁ ଆଣିଥିଲା। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ୬ ଆୟୋଜକଙ୍କ ସମେତ ଅନ୍ୟମାନଙ୍କ ନାମରେ ମାମଲା (ନଂ.୨୩୦/୨୧) ରୁଜୁ ହୋଇଥିବା ଥାନା ଅଧିକାରୀ ପଦ୍ମଲୋଚନ ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri