ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି । ଗ୍ରୀନରୁମରେ ଅଭିନେତାଙ୍କୁ ଧମକଚମକ ଦେଉଛନ୍ତି । ଏଭଳି ଅଭିଯୋଗ କରିଛନ୍ତି ତୁଳସୀ ଗଣନାଟ୍ୟରେ ଖଳନାୟକ ଭୂମିକାରେ ଅଭିନୟ କରୁଥିବା ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ମା’ ପଦ୍ମିନୀ ଦାଶ । ଏନେଇ ସେ ଭୁବନେଶ୍ବର ଉପକଣ୍ଠ ବାଲିପଟଣା ଥାନାରେ ଏତଲା  ଦେଇଥିଲ।

ତୁଳସୀ ଗଣନାଟ୍ୟ ପ୍ରଯୋଜକ ନାଣ୍ଡୁ ଧଳଙ୍କ ନାଁରେ ପୁଣି ଥାନାରେ ଅଭିଯୋଗ ହୋଇଛି। ଭୁବନେଶ୍ବର ଖଣ୍ଡଗିରି ଥାନାରେ ଲିଖିତ ଅଭିଯୋଗ ହୋଇଥିବା ସୂଚନା ମିଳିଛି। ହରେକୃଷ୍ଣ ମହତାବ ସାଂସ୍କୃତିକ ପରିଷଦ ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି। ମୁଖ୍ୟ ଅଭିନେତା ଓ ଅଭିନେତ୍ରୀଙ୍କ ନାଁରେ ମଧ୍ୟ ଅଭିଯୋଗ ହୋଇଛି। ଚୁକ୍ତି ମୁତାବକ ମୁଖ୍ୟ ଅଭିନେତା ଓ ଅଭିନେତ୍ରୀ ଅଭିନୟ କରୁ ନ ଥିବା ଅଭିଯୋଗ ହୋଇଛି।

ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ

 

ମା’ଙ୍କ ଅଭିଯୋଗ ଅନୁଯାୟୀ, ତୁଳସୀ ଗଣନାଟ୍ୟର ମାଲିକ ନାଣ୍ଡୁ ବାବୁ ତାଙ୍କ ପୁଅ ଖଳନାୟକ ସାଇ ସତ୍ୟଜିତଙ୍କୁ ମାନସିକ ନିର୍ଯାତନା ଦେଉଛନ୍ତି । ୫ରୁ ୬ଦିନ ହେଲା ଗୁଣ୍ଡା ଲଗାଇ ଧମକଚମକ ଦେଉଛନ୍ତି । ଯାତ୍ରା ଚଲୁଥିବା ବେଳେ ଗ୍ରୀନ ରୁମକୁ ଆସି କାମ କରାଇ ଦେଉନାହାନ୍ତି । ଗୁରୁବାର ମାନସିକ ଚାପ ସହି ନପାରି ସାଇ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ସାଥି କଳାକାରମାନେ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ପରିବାର ଲୋକ ସକାଳୁ ଖବର ଜାଣିବା ପରେ ପୁଅକୁ ଖଣ୍ଡଗିରିରୁ ଆଣିଛନ୍ତି । ଏତେ ବଡ଼ ଘଟଣା ଘଟିଯିବା ପରେ ମଧ୍ୟ ଯାତ୍ରା ପାର୍ଟି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ବୋଲି ମା’ ପଦ୍ମିନୀ ଦାଶ ଏତଲାରେ ଅଭିଯୋଗ କରିଛନ୍ତି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri