ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେବେ। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ନୂତନ ଅଧ୍ୟୟନ ଅନୁଯାୟୀରୁ ଏହି ଖୁଲାସା ହୋଇଛି। ଯଦି ବିଶ୍ୱର ହାରାହାରି ତାପମାତ୍ରା ୨ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଏ, ତେବେ ୨୦୫୦ ସୁଦ୍ଧା ମୋଟ ଜନସଂଖ୍ୟାର ପ୍ରାୟ ଅଧା ଅତ୍ୟଧିକ ଗ୍ରୀଷ୍ମ ପ୍ରବାହର ଶିକାର ହେବେ।

ଭାରତ, ନାଇଜେରିଆ, ଇଣ୍ଡୋନେସିଆ, ବାଲାଂଦେଶ ଏବଂ ପାକିସ୍ତାନ ଭଳି ଅଧିକ ଜନସଂଖ୍ୟା ବିଶିଷ୍ଟ ରାଷ୍ଟ୍ରଗୁଡିକ ସର୍ବାଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। କେବଳ ଏସିଆ-ଆଫ୍ରିକା ନୁହେଁ, ବରଂ ଅଷ୍ଟ୍ରିଆ, କାନାଡ଼ା, ନରୱେ ଏବଂ ଆୟରଲ୍ୟାଣ୍ଡ ଭଳି ଶୀତଳ ଦେଶଗୁଡ଼ିକରେ ମଧ୍ୟ ଗରମ ଦିନର ସଂଖ୍ୟା ୧୫୦% ରୁ ୨୩୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।

ଶୀତଳ ଦେଶଗୁଡ଼ିକର ଘର ଓ ପରିବହନ ବ୍ୟବସ୍ଥା ଥଣ୍ଡାକୁ ରୋକିବା ପାଇଁ ପ୍ରସ୍ତୁତ ହୋଇଛି। କିନ୍ତୁ ଅତ୍ୟଧିକ ଗରମକୁ ସହିବା ପାଇଁ ସେଠାକାର ଭିତ୍ତିଭୂମି ଅନୁପଯୁକ୍ତ, ଯାହା ଏକ ବଡ଼ ସମସ୍ୟା ସୃଷ୍ଟି କରିବ।

ଅଧ୍ୟୟନର ମୁଖ୍ୟ ଡକ୍ଟର ରାଧିକା ଖୋସଲାଙ୍କ ଅନୁଯାୟୀ, ତାପମାତ୍ରା ବୃଦ୍ଧି ଯୋଗୁଁ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଏବଂ ପ୍ରବାସ ଉପରେ ଅପୂରଣୀୟ ପ୍ରଭାବ ପଡ଼ିବ। ଏହା ସହିତ କୁଲିଂର ଚାହିଦା ବଢ଼ିବ, ଯାହା କାର୍ବନ ନିର୍ଗମନକୁ ଆହୁରି ବୃଦ୍ଧି କରିବାର ସମ୍ଭାବନା ରହିଛି।

ବିଶେଷଜ୍ଞଙ୍କ ମତରେ, ତାପମାତ୍ରା ୧.୫ ଡିଗ୍ରୀ ଅତିକ୍ରମ କରିବା ପୂର୍ବରୁ ହିଁ ବିଶ୍ୱର ବିଭିନ୍ନ ଦେଶକୁ ନିଜର ରଣନୀତିରେ ପରିବର୍ତ୍ତନ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri