ଅକ୍ସଫୋର୍ଡ଼ ଟିକା ପରୀକ୍ଷଣ ଭାରତରେ ବନ୍ଦ: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ, ୧୦।୯: ଭାରତରେ ଏଷ୍ଟ୍ରାଜେନିକା ଏବଂ ଅକ୍ସଫୋର୍ଡ଼ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାର ମାନବ ପରୀକ୍ଷଣକୁ ବନ୍ଦ କରି ଦିଆଯାଇଛି। ପୁଣେ ସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ସୁରକ୍ଷା କାରଣରୁ ଏଭଳି କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ନ ମିଳିବା ପର୍ଯ୍ୟନ୍ତ ପରୀକ୍ଷଣ ବନ୍ଦ ରହିବ ବୋଲି ସିରମ୍‌ ଇନଷ୍ଟଚ୍ୟୁଟ୍‌ ପକ୍ଷରୁ କୁହାଯାଇଛି। ଭାରତର ୧୭ଟି ସ୍ଥାନରେ ଏହି ଟିକାର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଜାରି ରହିଥିଲା। ତେବେ କେତେକ ସମସ୍ୟା ଯୋଗୁ ଏହା ଉପରେ ରୋକ ଲଗାଯାଇଛି। ଏହି ଟିକାର ପ୍ରାଥମିକ ପରୀକ୍ଷଣ ବେଶ୍‌ ଉତ୍ସାହ ଜନକ ଥିଲା। ମାତ୍ର ପରିବର୍ତ୍ତୀ ସମୟରେ ପ୍ରୟୋଗ କରାଯାଉଥିବା ବ୍ୟକ୍ତିଙ୍କଠାରେ ଅଜଣା ରୋଗ ସୃଷ୍ଟି ହେଉଥିବା ଦେଖାଯାଇଥିଲା। ଏଭଳି ରିପୋର୍ଟ ମିଳିବା ପରେ ସିରମ୍‌ ଇନଷ୍ଟଚ୍ୟୁଟ୍‌ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତରେ କୌଣସି ବ୍ୟକ୍ତିଙ୍କଠାରେ ଏଭଳି ସମସ୍ୟା ଦେଖାଯାଇ ନାହିଁ। ଟିକା ପରୀକ୍ଷଣରେ ବେଳେ ବେଳେ ଏଭଳି ସ୍ଥିତି ଆସିଥାଏ ବୋଲି ଏମ୍ସ୍‌ର ବିଶେଷଜ୍ଞଙ୍କ ପକ୍ଷରୁ କୁହାଯାଇଛି। ପରୀକ୍ଷଣ ସମୟରେ ସମ୍ପୃକ୍ତ ବ୍ୟକ୍ତି ଅସୁସ୍ଥ ହୋଇ ପଡ଼ିଲେ କିମ୍ବା ତାଙ୍କର ମୃତ୍ୟୁ ଘଟିଲେ ପରୀକ୍ଷଣକୁ ଅଧାରେ ବନ୍ଦ କରାଯିବା ସ୍ବାଭାବିକ। ଏପରି କରି ଯାଞ୍ଚ୍‌କର୍ତ୍ତା ନୈତିକ ମାନଦଣ୍ଡର ପାଳନ କରୁଥିବା ଏମ୍ସ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri