ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା

ନୂଆଦିଲ୍ଲୀ, ୨୧।୧୧: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କୋଭିଡ୍‌ ଟିକା ଆସନ୍ତାବର୍ଷ ଫେବୃୟାରୀ ସୁଦ୍ଧା ସ୍ବାସ୍ଥ୍ୟକର୍ମୀ ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଏବଂ ଏପ୍ରିଲ ବେଳକୁ ସର୍ବସାଧାରଣଙ୍କ ଲାଗି ଉପଲବ୍ଧ ହେବ। ଏହାର ୨ଟି ଡୋଜ୍‌ର ଦାମ୍‌ ସର୍ବାଧିକ ହଜାରେ ଟଙ୍କା ରହିବ ବୋଲି ଭାରତର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ର ସିଇଓ ଆଦର ପୂନାଓ୍ବାଲା କହିଛନ୍ତି। ଜଣକୁ ଅନୂ୍ୟନ ୨ ଡୋଜ୍‌ ଟିକା ନେବାକୁ ପଡ଼ିବ। ୨୦୨୪ ବେଳକୁ ଦେଶର ସମସ୍ତଙ୍କୁ ଟିକା ମିଳିପାରିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ସରକାର ବିପୁଳ ମାତ୍ରାରେ ଟିକା କିଣିବାକୁ ଥିବାରୁ ଏହାର ଦାମ୍‌ ୩ରୁ ୪ ଡଲାର ରହିବ। ବଜାରରେ ସବୁଠୁ ଶସ୍ତାରେ ଟିକା ଉପଲବ୍ଧ କରାଇବାକୁ ଉଦ୍ୟମ ହେଉଥିବା ପୂନାଓ୍ବାଲା କହିଛନ୍ତି। ଅନ୍ୟପକ୍ଷରେ ଆମେରିକାର ଫାଇଜର ଓ ବାୟୋଏନ୍‌ଟେକ୍‌ ଏବଂ ମଡର୍ନା ପ୍ରସ୍ତୁତ କରିଥିବା ଟିକା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ ଯଥାକ୍ରମେ ୯୫% ଓ ୯୪.୫% ଫଳପ୍ରଦ ବୋଲି ଘୋଷଣା କରାଯାଇଥିବା ବେଳେ ସେମାନଙ୍କ ତଥ୍ୟ ଯଥାର୍ଥ ବୋଲି ଆମେରିକାର ସର୍ବୋଚ୍ଚ ସ୍ବାସ୍ଥ୍ୟ ବିଶେଷଜ୍ଞ ଡ. ଆନ୍ଥୋନି ଫୌସି କହିଛନ୍ତି। ସେମାନେ ଭାକ୍ସିନ୍‌ର ଦ୍ରୁତ ବିକାଶ କରିଥିଲେ ହେଁ ନିରାପତ୍ତା କିମ୍ବା ଶୁଦ୍ଧତାରେ ସାଲିସ୍‌ କରିନାହାନ୍ତି। ଟିକାର ତ୍ୱରିତ ବିକାଶକୁ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଯେଉଁ ଆଶଙ୍କା ବ୍ୟକ୍ତ କରୁଥିଲେ ତାହା ଠିକ୍‌ ନୁହେଁ ବୋଲି ଆନ୍ଥୋନି କହିଛନ୍ତି। ଟିକାର ଜରୁରୀ ବ୍ୟବହାର ଅନୁମତି ପାଇଁ ଏଫ୍‌ଡିଏ ନିକଟରେ ଶୁକ୍ରବାର ଆବେଦନ କରାଯିବା ନେଇ ଫାଇଜରର ସହଯୋଗୀ ବାୟୋଏନ୍‌ଟେକ୍‌ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri