କାରଖାନାରେ ଦୁର୍ଘଟଣା: ଅକ୍ସିଜେନ ସିଲିଣ୍ଡର ଫାଟି ୩ ଗୁରୁତର

ବଡ଼ବିଲ,୧୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ-ବଲାଣି ରାସ୍ତା ମାଟକାମବେଡ଼ାରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ୍‌ କମ୍ପାନୀ ପ୍ରାଇଭେଟ ଲିମିଟେଡ୍‌ରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଅକ୍ସିଜେନ୍‌ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନେ ହେଲେ ପ୍ଲାଣ୍ଟର କର୍ମଚାରୀ ପ୍ରେମ ଶଙ୍କର ଶର୍ମା, ବଡ଼ବିଲ ସାଧୁସିଂହ ହଟିଂ ଅଞ୍ଚଳର କ୍ରିଷ୍ଣା ଦାସ ଓ କରନ ମହାନ୍ତ ।

ମିଳିଥିବା ସୂଚନା ଅନୁଯାୟୀ, ଏକ ଗ୍ୟାସ୍‌ ଏଜେନ୍ସି ପକ୍ଷରୁ ପ୍ଲାଣ୍ଟକୁ ଅକ୍ସିଜେନ ସିଲିଣ୍ଡର ଯୋଗାଣ ହୋଇଥାଏ । ରବିବାର ଅପରାହ୍ନରେ ଏଜେନ୍ସି ପକ୍ଷରୁ ଅକ୍ସିଜେନ ସିଲିଣ୍ଡର ପ୍ଲାଣ୍ଟକୁ ଯୋଗାଇ ଦିଆଯାଇଥିଲା। ଏଜେନ୍ସିର ଦୁଇଜଣ କର୍ମଚାରୀ କ୍ରିଷ୍ଣା ଓ କରନଙ୍କ ସହିତ ପ୍ଲାଣ୍ଟର କର୍ମଚାରୀ ପ୍ରେମ ଗାଡ଼ିରୁ ସିଲିଣ୍ଡର ଅନ୍‌ଲୋଡ୍‌ କରୁଥିଲେ। ସେତିକିବେଳେ ଏକ ସିଲିଣ୍ଡର ବିସ୍ଫୋରଣ ହୋଇ ଫାଟି ଯାଇଥିଲା । ଫଳରେ ସିଲିଣ୍ଡର ନିକଟରେ ଥିବା ୩ ଜଣ ଗୁରୁତର ହୋଇଥିଲେ। ତାଙ୍କୁ ତୁରନ୍ତ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଅବସ୍ଥା ସଂକଟାପନ୍ନ ହେବାରୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଏ ନେଇ କମ୍ପାନୀର ଅଧିକାରୀ ପ୍ରବେଶ ପାଣ୍ଡେଙ୍କୁ ପଚାରିବାରୁ ଗାଡିରୁ ଅକ୍ସିଜେନ ସିଲିଣ୍ଡର ଅନ୍‌ଲୋଡ୍‌ ବେଳେ ଅସାବଧାନତା ହେତୁ ଏହି ଘଟଣା ଘଟିଛି। ଆହତଙ୍କୁ ଚିକିତ୍ସା ନିମନ୍ତେ କମ୍ପାନୀ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri