ଅକ୍ସିଜେନ୍‌, ଔଷଧ କଳାବଜାର ରୋକ

ଭୁବନେଶ୍ୱର,୨୦।୫(ବ୍ୟୁରୋ): କରୋନା ସଙ୍କଟ ମଧ୍ୟରେ ଆକ୍ରାନ୍ତଙ୍କ ଜୀବନ ରକ୍ଷା ପାଇଁ ଅତି ଜରୁରୀ ହୋଇଥିବା ମେଡିକାଲ ଅକ୍ସିଜେନ ଓ ଔଷଧ କଳାବଜାର ହେଉଛି। ଏନେଇ ରାଜ୍ୟ ମାନବାଧିକାର ଆୟୋଗ (ଓଏଚ୍‌ଆର୍‌ସି) କ୍ଷୁବ୍ଧ ହୋଇଛନ୍ତି। ନିଜ ଆଡୁ ରୁଜୁ ହୋଇଥିବା ମାମଲାର ବିଚାର ପରି ଆୟୋଗ ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବଙ୍କୁ ଜବାବ ତଲବ କରିଛନ୍ତି। ଏଥିସହ ଜୀବନ ରକ୍ଷାକାରୀ ଅକ୍ସିଜେନ ଓ କରୋନା ଔଷଧର କଳାବଜାର ରୋକିବା ଲାଗି ଉପଯୁକ୍ତ ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ବିଭାଗ, ପୋଲିସ ଡିଜି ଓ ଆଇଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କଳାବଜାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି। ସେହିପରି କୋଭିଡ୍‌ ଦ୍ୱିତୀୟ ଲହରରେ ଗ୍ରାମାଞ୍ଚଳ ଅଧିକ ପ୍ରଭାବିତ ହେଉଥିବାରୁ ତୁରନ୍ତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି) ଖୋଲିବାକୁ ଆୟୋଗ ମୁଖ୍ୟ ଶାସନ ସଚିବଙ୍କୁ ଅନୁରୋଧ କରିଛନ୍ତି। ମୃତଦେହର ଅନ୍ତିମ ସଂସ୍କାର ନେଇ ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) ଜାରି କରିଥିବା ପରାମର୍ଶକୁ ପାଳନ କରିବାକୁ ମଧ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି।
ଅନ୍ୟପକ୍ଷରେ ରାଜ୍ୟ ସରକାର ଘରୋଇ ଆମ୍ବୁଲାନ୍ସର ଭଡା ଧାର୍ଯ୍ୟ କରିଥିବାରୁ ଆୟୋଗ ପ୍ରଶଂସା କରିବା ସହ ଅଧିକ ଦର ଦାବି କରୁଥିବା ଗାଡ଼ି ମାଲିକଙ୍କ ଉପରେ ମଧ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ କହିିଛନ୍ତି। ସେହିପରି କଟକ ଓ ଭୁବନେଶ୍ୱରରେ ଜରୁରୀ ଆବଶ୍ୟକ କରୁଥିବା ବ୍ୟକ୍ତିଙ୍କୁ ମାଗଣାରେ ଅକ୍ସିଜେନ ଓ ଖାଦ୍ୟ ବଣ୍ଟନ କରୁଥିବା ବ୍ୟକ୍ତି ବା ସଂସ୍ଥାର କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରିଛନ୍ତି। ଏହି ଦାତବ୍ୟ କାର୍ଯ୍ୟ ଅନ୍ୟମାନଙ୍କୁ ଉତ୍ସାହିତ କରିବ ବୋଲି ଆୟୋଗ କହିଛନ୍ତି। ଆସନ୍ତା ଜୁନ୍‌ ୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚିକିତ୍ସା କ୍ଷେତ୍ର ପାଇଁ ଅକ୍ସିଜେନ୍‌ ଉତ୍ପାଦନ, ଗଚ୍ଛିତ ଓ ଯୋଗାଣକୁ ସୁବ୍ୟବସ୍ଥିତ କରିବା ନିମନ୍ତେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ୯ ଜଣିଆ ରାଜ୍ୟସ୍ତରୀୟ ଟାସ୍କଫୋର୍ସରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ପୂର୍ତ୍ତ ବିଭାଗର ସଚିବ, ଓଡ଼ିଶା ମେଡିକାଲ ନିଗମର ପରିଚାଳନା ନିର୍ଦ୍ଦେଶକ, ଶିଳ୍ପ ନିର୍ଦ୍ଦେଶକ, ଡ୍ରଗ୍ସ ନିୟନ୍ତ୍ରକ, ଫିକ୍କି ପ୍ରତିନିଧି ଓ ଉତ୍କଳ ଚାମ୍ବର୍ସ ଅଫ୍‌ କମର୍ସ (ୟୁସିସିଆଇ)ର ପ୍ରତିନିଧିଙ୍କୁ ସଦସ୍ୟ ଭାବେ ସାମିଲ କରାଯାଇଛି। ଏହି ଟାସ୍କଫୋର୍ସର ସଦସ୍ୟ ଆବାହକ ଭାବେ ଇପିକଲ୍‌ ପରିଚାଳନା ନିର୍ଦ୍ଦେଶକ କାର୍ଯ୍ୟ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri