Posted inଜାତୀୟ

ଅକ୍ସିଜେନ୍‌, ଚିକିତ୍ସା ଉପକରଣ ପ୍ରସ୍ତୁତ ରଖ

ନୂଆଦିଲ୍ଲୀ, ୧୭।୧୨:କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ କେନ୍ଦ୍ର ସରକାର ଚିନ୍ତିତ ହୋଇପଡ଼ିଛନ୍ତି। ବୁଧବାର ଦେଶରେ ଆଉ ୧୪ ନୂଆ ମାମଲା ଚିହ୍ନଟ ହୋଇଛି। କର୍ନାଟକରେ ୫, ତେଲଙ୍ଗାନା ଓ ଦିଲ୍ଲୀରେ ୪ ଲେଖାଏଁ ଏବଂ ଗୁଜରାଟରେ ଜଣେ ସଂକ୍ରମିତ ହେବା ପରେ ମୋଟ ମାମଲା ୮୭କୁ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ସହ ଅକ୍ସିଜେନ୍‌ ଯୋଗାଣ, ଚିକିତ୍ସା ଉପକରଣ, ଭେଣ୍ଟିଲେଟର, କନ୍‌ସେଣ୍ଟ୍ରେଟର ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଅକ୍ସିଜେନ୍‌ ଓ ଚିକିତ୍ସା ଉପକରଣ ପ୍ରସ୍ତୁତ ରଖିବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ସଂକ୍ରମଣ ବୃଦ୍ଧି ଘଟିଲେ ଏହାର ମୁକାବିଲା ପାଇଁ ପର୍ଯ୍ୟାପ୍ତ ପ୍ରସ୍ତୁତି ଆବଶ୍ୟକ। କୋଭିଡ୍‌-୧୯ ମହାମାରୀର ମୁକାବିଲା ଲାଗି ପର୍ଯ୍ୟାପ୍ତ ପରିମାଣର ଅବାଧ ମେଡିକାଲ ଅକ୍ସିଜେନ୍‌ ଯୋଗାଣ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଦୈନିକ ଭିତ୍ତିରେ ଉପରୋକ୍ତ ସାମଗ୍ରୀ କେତେ ଉପଲବ୍ଧ ରହିଛି ତାହା ସୁନିଶ୍ଚିତ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି।
ନୂଆ ସ୍ଥାପନ ହୋଇଥିବା ଅକ୍ସିଜେନ୍‌ ପ୍ଲାଣ୍ଟଗୁଡ଼ିକ କେତେ ପରିମାଣରେ ଅକ୍ସିଜେନ୍‌ ଯୋଗାଇପାରିବ, ଏହାର ଚାପ ଓ ବିଶୁଦ୍ଧତା ଆଦି ଉପରେ ସୁନିଶ୍ଚିତ ହେବା ଲାଗି ଡିସେମ୍ବର ସୁଦ୍ଧା ମକ୍‌ ଡ୍ରିଲ୍‌ ସମ୍ପୂର୍ଣ୍ଣ କରିବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୩,୨୩୬ ପିଏସ୍‌ଏ ପ୍ଲାଣ୍ଟ ପ୍ରତିଷ୍ଠା ହୋଇଛି ଯାହାର ମୋଟ ଅକ୍ସିଜେନ୍‌ ଉତ୍ପାଦନ କ୍ଷମତା ୩,୭୮୩ ମେଟ୍ରିକ୍‌ ଟନ୍‌। ଏହା ବ୍ୟତୀତ ପିଏମ୍‌ କେୟାର୍ସ ଏବଂ ଜରୁରୀ କୋଭିଡ୍‌ ରିଲିଫ୍‌ ପ୍ୟାକେଜ୍‌ରେ ରାଜ୍ୟଗୁଡ଼ିକୁ ୧,୧୪,୦୦୦ ଅକ୍ସିଜେନ୍‌ କନ୍‌ସେଣ୍ଟ୍ରେଟର ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri