୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ ମେଡିକାଲ ଅକ୍ସିଜେନ୍‌ (ଏଲ୍‌ଏମ୍‌ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା (ପିଏସ୍‌ଏ ପ୍ଲାଣ୍ଟ)ର ଶିଳାନ୍ୟାସ କରିଛନ୍ତି। ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପ୍ରତି ପିଏସ୍‌ଏ ପ୍ଲାଣ୍ଟରୁ ପ୍ରତି ମିନିଟ୍‌ରେ ୨୪ ହଜାର ଲିଟର ମେଡିକାଲ ଅକ୍ସିଜେନ ଉତ୍ପାଦନ ହୋଇପାରିବ। ତନ୍ମଧ୍ୟରୁ ଜୁନ୍‌ ୯ରେ ୭ଟିର ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ଝାରସୁଗୁଡ଼ା, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ, ସୋନପୁର, ନୟାଗଡ଼, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜରେ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ତୃତୀୟ ଲହର ସମ୍ପର୍କରେ ସତର୍କ କରାଇ କହିଲେ, ରାଜ୍ୟରେ କୋଭିଡ୍‌ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି। ତଥାପି ଆହୁରି ସାବଧାନ ହେବାକୁ ପଡ଼ିବ। କରୋନାର ତୃତୀୟ ଲହର ମୁକାବିଲା ଲାଗି ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡ଼ିବ। ଏଥିସହିତ ଡବଲ ମାସ୍କ ପରିଧାନ ସହିତ ନିଶ୍ଚିତ ଭାବେ ଟିକା ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏପ୍ରିଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍ସିଜେନସ୍ତର କମିବା ବଡ଼ ସମସ୍ୟା ଭାବେ ଉଭାହୋଇଛି। ଏହାର ପ୍ରତିକାର ଲାଗି ରାଜ୍ୟର ସମସ୍ତ ହସ୍ପିଟାଲରେ ଅକ୍ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପଦକ୍ଷେପ ନିଆଯାଉଛି। ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହା ହେଉଛି ସରକାରଙ୍କ ସବୁ ବିପର୍ଯ୍ୟୟ ପରିଚାଳନାର ମୂଳ ଆଧାର। ତଦନୁଯାୟୀ ସବୁ କରୋନା ରୋଗୀଙ୍କୁ ନିଃଶୁଳ୍କ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। କରୋନା ମୁକାବିଲାରେ ଆଗଧାଡ଼ିରେ ରହି କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।
ବିଭିନ୍ନ ସ୍ଥାନରେ ଆୟୋଜିତ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟ ସଭା ସଦସ୍ୟ ଏବଂ ବିଧାୟକମାନେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲାର ଜିଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିବାବେଳେ ରାଜ୍ୟ ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri