ଛତ୍ରପୁର ହସ୍ପିଟାଲରେ ସ୍ଥାପନ ହେବ ଅକ୍ସିଜେନ ପ୍ଲାଣ୍ଟ

ଛତ୍ରପୁର,୨୦।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଉଦ୍‌ବେଗଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଅତ୍ୟନ୍ତ ଭୟାନକ ହୋଇଥିବା ବେଳେ ଦୈନିକ ସଂକ୍ରମଣ ଓ ରୋଗୀଙ୍କ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ କରୋନା ସହ ଲଢ଼ିବା ପାଇଁ ଗଞ୍ଜାମ ଜ଼ିଲା ହେଡକ୍ୱାର୍ଟରରେ ଥିବା ଛତ୍ରପୁର ହସ୍ପିଟାଲରେ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ ହେବା ନେଇ ଯୋଜନା କରାଯାଇଛି। ଏଥିପାଇଁ ଗୁରୁବାର ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଳାଙ୍ଗେଙ୍କ ଉପସ୍ଥିତିରେ ସାଇଟ ଚୟନ କରାଯାଇଛି। ୨୦କିଲୋ ଲିଟର ବିଶିଷ୍ଟ ଉକ୍ତ ପ୍ଲାଣ୍ଟରୁ ଏହି ଅକ୍ସିଜେନ ପାଇପ ଯୋଗେ ହସ୍ପିଟାଲର ରୋଗୀଙ୍କୁ ଯୋଗାଇ ଦିଆଯିବ। ଅନ୍ୟପଟେ ଅକ୍ସିଜେନ ପ୍ଲାଣ୍ଟ ଲାଗି ସାଇଟ୍‌ ଚୟନ ପାଇଁ ଜ଼ିଲାପାଳଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଚିଠି ଆସିଛି। ଯେଉଁଥିରେ ପ୍ଲାଣ୍ଟ ସର୍ମ୍ପକିତ ସବିଶେଷ ରିପୋର୍ଟ ସରକାରଙ୍କୁ ଦିଆଯିବା ନେଇ ଉଲ୍ଲେଖ କରାଯାଇଛି। ତେବେ ସାଇଟ୍‌ ଚୟନ ସମୟରେ ହସ୍ପିଟାଲ ସୁପରିଟେଡେଣ୍ଟ ଡାକ୍ତର ପ୍ରଫୁଲ୍ଲ ଚନ୍ଦ୍ର ଗୌଡ଼, ହସ୍ପିଟାଲ ମ୍ୟାନେଜର ସନ୍ତୋଷ କୁମାର ପଣ୍ଡା, ରାସ୍ତା ଓ କୋଠାବାଡି ବିଭାଗ-୨ର ନିର୍ବାହୀଯନ୍ତ୍ରୀ ତପନ କୁମାର ପାଣିଗ୍ରାହୀ ଓ ସହକାରୀ ଯନ୍ତ୍ରୀ ଅଶୋକ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପଟେ ଗୁରୁବାର ବ୍ରହ୍ମପୁରର ଏମ୍‌କେସିଜିରେ ଅକ୍ସିଜେନ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri