୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ୨ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ। ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲାଗୁଡ଼ିକ ହେଲା ଅନୁଗୋଳ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଓ ନୂଆପଡ଼ା। ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ। ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ୍‌ ୱାର୍ଡ, ପାଲଲହଡ଼ା ଉପଖଣ୍ଡ ହସ୍ପିଟାଲ, ମାଧପୁର ଓ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ ସଂଯୁକ୍ତ ଆଇସୋଲେଶନ୍‌ ୱାର୍ଡ ଏବଂ ଦେବଗଡ଼ ରାଜମୁଣ୍ଡାସ୍ଥିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟରେ ଟିକାଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି। ମହାମାରୀ ସମୟରେ ଜଣେ ବି କୋଭିଡ୍‌ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ନ ହୁଅନ୍ତି ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ପ୍ରଥମ ଏବଂ ଦ୍ୱିତୀୟ ଲହରରୁ ମିଳିଥିବା ଅଭିଜ୍ଞତା ତୃତୀୟ ଲହର ମୁକାବିଲାରେ ସହାୟକ ହେବ। ଏବେ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବହୁ କାମ ହେଉଛି। ଏହା କୋଭିଡ୍‌ ବିରୋଧୀ ଲଢ଼େଇ ଆହୁରି ମଜଭୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ୍‌ ଯୁଦ୍ଧରେ ଓଡ଼ିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ କିଷନ କୁମାରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri