Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ବିବାହ କାର୍ଡ ଦେଲେ ଓଓ୍ବାଇଓ ପ୍ରତିଷ୍ଠାତା…

ନୂଆଦିଲ୍ଲୀ,୨୦।୨ : ସଫ୍ଟବ୍ୟାଙ୍କ ସମର୍ଥିତ ଓଓ୍ବାଇଓ ର ପ୍ରତିଷ୍ଠାତା ତଥା ସିଇଓ ରିତେଶ ଅଗ୍ରୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ବିବାହକୁ ନିମନ୍ତ୍ରଣ କରିବା ପାଇଁ ଭେଟି ବିବାହ କାର୍ଡ ଦେଇଛନ୍ତି। ଏହି ସାକ୍ଷାତ ସମୟରେ ତାଙ୍କ ମା ଏବଂ ପ୍ରେମିକା ମଧ୍ୟ ଉପସ୍ଥିତ ଥିଲେ। ୨୯ ବର୍ଷୀୟ ଉଦ୍ୟୋଗୀ ଚଳିତ ବର୍ଷ ମାର୍ଚ୍ଚରେ ବିବାହ କରିବାକୁ ଯାଉଛନ୍ତି। ରିତେଶ ଅଗ୍ରୱାଲ ଏହାର କିଛି ଫଟୋ ଶେୟାର କରିଛନ୍ତି। ଗୋଟିଏ ଫଟୋରେ, ସେ ଆଶୀର୍ବାଦ ପାଇବାକୁ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁଥିବାର ମଧ୍ୟ ଦେଖିବାକୁ ମିଳୁଛି।

ଫଟୋ ଶେୟାର କରି ସେ ଲେଖିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦରେ ଆମେ ଏକ ନୂତନ ଆରମ୍ଭ ପାଇଁ ପ୍ରସ୍ତୁତ।
ଉଦ୍ୟୋଗୀ ରିତେଶ ଅଗ୍ରୱାଲ ହେଉଛନ୍ତି ଦେଶର ସବୁଠାରୁ କନିଷ୍ଠ କୋଟିପତି। ଯେତେବେଳେ ସେ ମାତ୍ର ୧୯ ବର୍ଷ ବୟସରେ ଓଓ୍ବାଇଓ ପ୍ରତିଷ୍ଠା କରିଥିଲେ। ଓଓ୍ବାଇଓ ବର୍ତ୍ତମାନ ୮୦ଟି ଦେଶର ୮୦୦ରୁ ଅଧିକ ସହରରେ କାର୍ଯ୍ୟ କରେ ଏବଂ ଏହା ବିଶ୍ୱର ଦ୍ରୁତତମ ବୃଦ୍ଧି ପାଉଥିବା ହୋଟେଲ ଶୃଙ୍ଖଳା ମଧ୍ୟରୁ ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri