ଓୟୋ ବି କରିବ ଛଟେଇ, ଚାକିରି ହରାଇବେ ୬୦୦ କର୍ମଚାରୀ

ନୂଆଦିଲ୍ଲୀ,୩।୧୨: ଛଟେଇ କରିବ ଓୟୋ। ମୋଟ ୩,୭୦୦ କର୍ମଚାରୀଙ୍କ ମଧ୍ୟରୁ ଅନେକଙ୍କୁ ଛଟେଇ କରିବାର ଯୋଜନା ରହିଥିବା ନେଇ ଶନିବାର କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।

କମ୍ପାନୀ ଏକ ବିବୃତ୍ତି ଜାରି କରି କହିଛି, ଆମେ ଆମର ଉତ୍ପାଦ ଏବଂ ଇଞ୍ଜିନିୟରିଂ, କର୍ପୋରେଟ ମୁଖ୍ୟାଳୟ ଏବଂ ଓୟୋ ଭ୍ୟାକେସନ୍‌ ହୋମ୍‌ର ଦଳକୁ କମ୍‌ କରିବାକୁ ଯାଉଛୁ। ହେଲେ ସହଭାଗୀ ସମ୍ପର୍କ ପରିଚାଳନା(ପାର୍ଟନର ରିଲେଶନସିପ୍‌ ମ୍ୟାନେଜମେଣ୍ଟ) ଏବଂ ବ୍ୟବସାୟ ବିକାଶ(ବିଜିନେସ୍‌ ଡେଭଲପ୍‌ମେଣ୍ଟ) ଟିମ୍‌ରେ କିଛି ଲୋକଙ୍କୁ ନିଯୁକ୍ତି ମିଳିବ। ବିଶେଷକରି କମ୍ପାନୀ ଏହାର ୧୦% କର୍ମଚାରୀ ସଂଖ୍ୟା ହ୍ରାସ କରିବ ବୋଲି କହିଛି।

ଓୟୋର ପ୍ରତିଷ୍ଠାତା ତଥା ଗ୍ରୁପ୍‌ ସିଇଓ ରିତେଶ ଅଗ୍ରଓ୍ବାଲ କହିଛନ୍ତି, ଆମେ ଛଟେଇ କରୁଥିବା କର୍ମଚାରୀଙ୍କୁ ଭଲ ସ୍ଥାନରେ ନିଯୁକ୍ତି ମିଳିବା ଲାଗି ସମସ୍ତ ପ୍ରକାର ଚେଷ୍ଟା କରିବୁ। ଏସବୁ କର୍ମଚାରୀଙ୍କୁ ସମର୍ଥନ କରିବା ଲାଗି ଓୟୋ ଟିମର ପ୍ରତ୍ୟେକ ସଦସ୍ୟ ଏବଂ ନିଜେ ମୁଁ ସକ୍ରିୟ ଭାବେ କାର୍ଯ୍ୟ କରିବୁ ବୋଲି ସେ କହିଛନ୍ତି।

ତେବେ ଏହି କମ୍ପାନୀ ଓୟୋ ହୋଟେଲ୍ସ ଏବଂ ହୋମ୍‌ ନାମରେ ଜଣାଶୁଣା। ୨୦୧୨ରେ ରିତେଶ ଏହାର ପ୍ରତିଷ୍ଠା କରିଥିଲେ। ବିଶେଷକରି କମ୍‌ ବଜେଟ୍‌ରେ ଭଲ ହୋଟେଲର ସୁବିଧା ଯୋଗାଉଥିବାରୁ ଲୋକଙ୍କ ମଧ୍ୟରେ ଏହାର ଲୋକପ୍ରିୟତା ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri