Posted inଖେଳ

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ନିରାଡ଼ମ୍ବର ଉତ୍ସବରେ ସମସ୍ତ ଖେଳାଳି, ପ୍ରଶିକ୍ଷକ ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ହକି ପିଚ୍‌ରେ ହିଁ ପ୍ୟାରିସ୍‌ରେ ଟୋକିଓ ଅଲିମ୍ପିକ୍ସ ସଫଳତାକୁ ଟପିଯିବାକୁ ଶୁଭକାମନା ଦିଆଯାଇଛି। ଭୁବନେଶ୍ବରର କଳିଙ୍ଗ ହକି କମ୍ପ୍ଲେକ୍ସରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧିନାୟକ ହରମନପ୍ରୀତ୍‌ ସିଂ, ମୁଖ୍ୟ ପ୍ରଶିକ୍ଷକ କ୍ରେଗ୍‌ ଫୁଲଟନ ଓସ୍‌ଜାର ଏହି ଶୁଭେଚ୍ଛାକୁ ପ୍ରଶଂସା କରିବା ସହ ପ୍ୟାରିସ ଆହ୍ବାନକୁ ଗ୍ରହଣ କରି ଆଗକୁ ବଢ଼ିବେ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ କ୍ରୀଡ଼ା ଖବରଦାତାଙ୍କ ସହ ଅନ୍ତରଙ୍ଗ ଆଳାପ କରିଥିଲେ ଦଳର ଏକମାତ୍ର ଓ ଖେଳାଳି ଅମିତ ରୋହିଦାସ। ଓସ୍‌ଜାର ସଭାପତି ସନ୍ଦୀପ ମିଶ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ବିତ ମହାପାତ୍ର, ସୁରେଶ ସ୍ବାଇଁ, ନିରଞ୍ଜନ ରେଡ୍ଡୀ, ପ୍ରତାପ ପ୍ରଧାନ, ଶକ୍ତି ପ୍ରସାଦ ନନ୍ଦ, ସୁଜିତ କୁମାର ସ୍ବାଇଁ, ତନ୍ମୟ ଦାସ ପ୍ରମୁଖ ଉପସ୍ଥିତ ରହି ଖେଳାଳିଙ୍କୁ ଫୁଲତୋଡ଼ା ଓ ଛେନାପୋଡ଼ ଦେଇ ଶୁଭକାମନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri