Posted inଖେଳ

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ନିରାଡ଼ମ୍ବର ଉତ୍ସବରେ ସମସ୍ତ ଖେଳାଳି, ପ୍ରଶିକ୍ଷକ ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ହକି ପିଚ୍‌ରେ ହିଁ ପ୍ୟାରିସ୍‌ରେ ଟୋକିଓ ଅଲିମ୍ପିକ୍ସ ସଫଳତାକୁ ଟପିଯିବାକୁ ଶୁଭକାମନା ଦିଆଯାଇଛି। ଭୁବନେଶ୍ବରର କଳିଙ୍ଗ ହକି କମ୍ପ୍ଲେକ୍ସରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧିନାୟକ ହରମନପ୍ରୀତ୍‌ ସିଂ, ମୁଖ୍ୟ ପ୍ରଶିକ୍ଷକ କ୍ରେଗ୍‌ ଫୁଲଟନ ଓସ୍‌ଜାର ଏହି ଶୁଭେଚ୍ଛାକୁ ପ୍ରଶଂସା କରିବା ସହ ପ୍ୟାରିସ ଆହ୍ବାନକୁ ଗ୍ରହଣ କରି ଆଗକୁ ବଢ଼ିବେ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ କ୍ରୀଡ଼ା ଖବରଦାତାଙ୍କ ସହ ଅନ୍ତରଙ୍ଗ ଆଳାପ କରିଥିଲେ ଦଳର ଏକମାତ୍ର ଓ ଖେଳାଳି ଅମିତ ରୋହିଦାସ। ଓସ୍‌ଜାର ସଭାପତି ସନ୍ଦୀପ ମିଶ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ବିତ ମହାପାତ୍ର, ସୁରେଶ ସ୍ବାଇଁ, ନିରଞ୍ଜନ ରେଡ୍ଡୀ, ପ୍ରତାପ ପ୍ରଧାନ, ଶକ୍ତି ପ୍ରସାଦ ନନ୍ଦ, ସୁଜିତ କୁମାର ସ୍ବାଇଁ, ତନ୍ମୟ ଦାସ ପ୍ରମୁଖ ଉପସ୍ଥିତ ରହି ଖେଳାଳିଙ୍କୁ ଫୁଲତୋଡ଼ା ଓ ଛେନାପୋଡ଼ ଦେଇ ଶୁଭକାମନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri