Posted inଜାତୀୟ

ଦିନେ ଭାଜପା ଦେଶର ସମସ୍ତ ବିଧାୟକଙ୍କୁ କିଣିନେବ: ପି ଚିଦାମ୍ବରମ

ନୂଆଦିଲ୍ଲୀ,୧୫ ।୯: କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି । ଗୋଆରେ କଂଗ୍ରେସର ୮ ବିଧାୟକ ଭାଜପାରେ ସାମିଲ ହେବା ପରେ ଶାସକ ଦଳକୁ ଟାର୍ଗେଟ କରି ଚିଦାମ୍ବରମ କହିଛନ୍ତି ୨୦୧୪ ପରେ ଭାରତୀୟ ବଜାରରେ ଗୋଟିଏ ‘ହୋଲସେଲ କ୍ରେତା’ ଆସିଯାଇଛନ୍ତି । ଏମିତି ଏକ ଦିନ ଆସିବ ଯେତେବେଳେ ଏହି ହୋଲସେଲ କ୍ରେତା ଦେଶର ସମସ୍ତ ବିଧାୟକଙ୍କୁ କିଣି ନେବେ ଓ ଦେଶର ମତଦାତାଙ୍କର ପରିହାସ କରିବେ ।
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚିଦାମ୍ବରମ ଗୋଆରେ କଂଗ୍ରେସର ବାକିଥିବା ୩ ବିଧାୟକଙ୍କୁ ନେଇ ବି କଥା ଉଠାଇଥିଲେ ଯେଉଁମାନେ ତାଙ୍କ ୮ ସହଯୋଗୀଙ୍କ ସହ ଭାଜପାରେ ସାମିଲ ହୋଇ ନାହାନ୍ତି । ଚିଦାମ୍ବରମ କହିଛନ୍ତି ଏହି ୩ ବିଧାୟକ ଭଗବାନ, ପାର୍ଟି, ମତଦାତା ଓ ସିଦ୍ଧାନ୍ତ ପ୍ରତି ‘ଦୃଢ ନିଷ୍ଠା’ର ପରିଚୟ ଦେଇଛନ୍ତି ।
ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗମ୍ବର କାମାତଙ୍କ ସମେତ ଉପକୂଳ ରାଜ୍ୟର ୧୧ କଂଗ୍ରେସ ବିଧାୟକଙ୍କ ମଧ୍ୟରୁ ୮ ଜଣ ବୁଧବାର ଭାଜପାରେ ସାମିଲ ହୋଇଛନ୍ତି । ଫଳରେ ବିରୋଧୀ ଦଳକୁ ଶକ୍ତ ଧକ୍କା ଲାଗିଛି । ୪ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭାରେ କଂଗ୍ରେସର ଏବେ ମାତ୍ର ୩ ବିଧାୟକ ରହିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri