ପି.ଡି. ବାଘେଲା ଟ୍ରାଇ ମୁଖ୍ୟ

ନୂଆଦିଲ୍ଲୀ,୨୯ା୯: ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି ସୋମବାର ୧୯୮୬ ବ୍ୟାଚ୍‌ ଗୁଜରାଟ କ୍ୟାଡର ଆଇଏଏସ୍‌ ଅଧିକାରୀ ପି.ଡି. ବାଘେଲାଙ୍କୁ ଟେଲିକମ୍‌ ରେଗୁଲେଟୋରି ଅଥରିଟି ଅଫ୍‌ ଇଣ୍ଡିଆ (ଟ୍ରାଇ)ର ନୂଆ ମୁଖ୍ୟ ଭାବେ ନିଯୁକ୍ତି ପ୍ରଦାନ କରିଛି। ସେ ୩ ବର୍ଷ କିମ୍ବା ତାଙ୍କୁ ୬୫ ବର୍ଷ ହେବା ବା ପରବର୍ତ୍ତୀ ନିର୍ଦ୍ଦେଶ ଯେଉଁଟା ଶୀଘ୍ର ହେବ ସେ ପର୍ଯ୍ୟନ୍ତ ଏହି ପଦବୀରେ ରହିପାରିବେ। ୨୦୧୯ ଅଗଷ୍ଟରୁ ବାଘେଲା ଫାର୍ମାସ୍ୟୁଟିକାଲ୍ସର ସଚିବ ଭାବେ କାର୍ଯ୍ୟ କରିଆସୁଥିଲେ। ମେଡିସିନ ଓ ମେଡିକାଲ ଦ୍ରବ୍ୟର ଦର ନିର୍ଦ୍ଧାରଣ କ୍ଷେତ୍ରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରିବାରେ ସେ ଅନ୍ୟତମ ଅମଲାତନ୍ତ୍ରୀ ଥିଲେ। ସେପ୍ଟେମ୍ବର ୩୦ରେ ଆର୍‌.ଏସ୍‌ ଶର୍ମାଙ୍କ ଅବସର ପରେ ବାଘେଲା ଦାୟିତ୍ୱ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri