Posted inଫୁରସତ

ଡୁଡୁଲରେ ପି.କେ. ରୋଜିଙ୍କୁ ସମ୍ମାନ

ନୂଆଦିଲ୍ଲୀ: ମାଲୟାଲମ୍‌ ଫିଲ୍ମର ପ୍ରଥମ ମହିଳା ତଥା ଦଳିତ ଅଭିନେତ୍ରୀ ପି.କେ. ରୋଜିଙ୍କ ୧୨୦ତମ ଜନ୍ମଦିନ ଅବସରରେ ଶୁକ୍ରବାର ଗୁଗୁଲ ପକ୍ଷରୁ ଏକ ଡୁଡୁଲ୍‌ ସମର୍ପିତ ହୋଇଛି। ରୋଜିଙ୍କ ଜନ୍ମ ୧୯୦୩ରେ କେରଳ ଥିରୁଭାନନ୍ତପୁରମ୍‌ର ଏକ ଦଳିତ ପରିବାରରେ ହୋଇଥିଲା। ପିଲାଦିନୁ ତାଙ୍କଠାରେ ଅଭିନୟ କରିବାର ନିଶା ଦେଖିବାକୁ ମିଳିଥିଲା। ହେଲେ ସେତେବେଳେ ତଥାକଥିତ ସମାଜ ସହଜେ ଅଭିନୟକୁ ଗ୍ରହଣ କରିପାରୁ ନ ଥିଲା। ଝିଅମାନଙ୍କୁ ଘରୁ ବାହାରିବାକୁ ଅନେକ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ୁଥିଲା। ୧୯୨୮ରେ ପ୍ରଥମ ଦଳିତ ଅଭିନେତ୍ରୀ ଭାବେ ମାଲୟାଲମ୍‌ ଚଳଚ୍ଚିତ୍ର ‘ଭିଗାଥାକୁମାରନ’(ଦି ଲାଷ୍ଟ ଚାଇଲ୍ଡ)ରେ ରୋଜି ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ। ଏହା ଫଳରେ ତାଙ୍କୁ ଲୋକଙ୍କ ଆକ୍ରୋଶର ସାମ୍ନା କରିବାକୁ ପଡ଼ିଥିଲା। ଲୋକେ ଏଥିରେ ଉତ୍ତ୍ୟକ୍ତ ହୋଇ ତାଙ୍କ ଘର ଜାଳି ଦେଇଥିଲେ। ଜୀବନ ବଞ୍ଚାଇବାକୁ ଯାଇ ବାଧ୍ୟହୋଇ ଏକ ଲରିରେ ବସି ତାଙ୍କୁ ରାଜ୍ୟ ଛାଡ଼ିବାକୁ ପଡ଼ିଥିଲା। ସେ ତାମିଲନାଡୁରେ ପହଞ୍ଚିବା ପରେ ସାହାଯ୍ୟ କରିଥିବା ଲରି ଚାଳକ କେଶବନ୍‌ ପିଲ୍ଲାଇଙ୍କୁ ବିବାହ କରି ସେଠାରେ ରହିଥିଲେ। ରୋଜିଙ୍କ ଏପରି ସଂଘର୍ଷମୟ କାହାଣୀ ପାଇଁ ତାଙ୍କୁ ଆଜି ମଧ୍ୟ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସମ୍ମାନ ମିଳୁଛି। ଏପରିକି ସାଉଥ୍‌ରେ ତାଙ୍କ ନଁାରେ ଏକ ଫିଲ୍ମ ସୋସାଇଟି ମଧ୍ୟ ରହିଛି। ତେବେ ସେ କରିଥିବା ଫିଲ୍ମ ‘ଦି ଲାଷ୍ଟ ଚାଇଲ୍ଡ’କୁ କେହି ପ୍ରଶଂସା କରି ନ ଥିଲେ ମଧ୍ୟ ଆଜି ସେ ଅନ୍ୟମାନଙ୍କ ପାଇଁ ଏକ ପ୍ରେରଣାର ଉତ୍ସ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?