ପାନ, କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା

ଭୁବନେଶ୍ୱର,୧୭ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେ ସବୁର ସମାଧାନ ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ, ସମବାୟ ବିଭାଗ ସଚିବ ଅରବିନ୍ଦ ଅଗ୍ରଓ୍ବାଲ ପ୍ରମୁଖ ଉପସ୍ଥିତ ଥିଲେ ।

ବୈଠକର ନିଷ୍ପତ୍ତି ଅନୁଯାୟୀ, ସବୁ ପାନ ଚାଷୀଙ୍କୁ ରାଜ୍ୟ ଯୋଜନାର ସ୍ବତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଅତି କମ୍‌ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀମାନେ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ।
ପାନ ବରଜ ଥିବା ଚାଷୀମାନଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ୍‌ ପିଛା ୨୫୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ୍‌ ପାଇଁ ସହାୟତା ମିଳିବ। ପାନଚାଷ ପାଇଁ କିଶାନ କ୍ରେଡିଟ କାର୍ଡ ଜରିଆରେ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ।

ପାନପତ୍ର ବ୍ୟବସାୟରେ ଜିଏସ୍‌ଟି ଲାଗୁ ସମ୍ପର୍କରେ ଜିଏସ୍‌ଟି କମିଶନରଙ୍କଠାରୁ ସ୍ପଷ୍ଟୀକରଣ ମଗାଯିବା ସହିତ ଏହା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ। ପାନପତ୍ର ପ୍ରକ୍ରିୟାକରଣ ୟୁନିଟ୍‌ଗୁଡିକୁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ସବ୍‌ସିଡି ଯୋଗାଇ ଦିଆଯିବ। ଏଥିପାଇଁ ଆପିକଲ ପକ୍ଷରୁ ଏକ ଡିପିଆର ପ୍ରସ୍ତୁତ କରାଯିବ।

ସେହିପରି ଗଞ୍ଜାମର କିଆଫୁଲ ଚାଷୀମାନଙ୍କୁ ମଧ୍ୟ ଜାତୀୟ ଉଦ୍ୟାନ କୃଷି ଅଧୀନରେ ପ୍ରୋତ୍ସାହନ ଦିଆଯିବ। ଉଦ୍ୟାନ କୃଷି ମିଶନର ସହାୟତା ସହିତ ରାଜ୍ୟ ବଜେଟରୁ କିଆଫୁଲ ଚାଷ ପାଇଁ ଅତିରିକ୍ତ ସହାୟତା ମଧ୍ୟ ଦିଆଯିବ। କିଆଫୁଲ ଚାଷ ସ୍ଥାନଗୁଡ଼ିକର ସାଇଣ୍ଟିଫିକ୍‌ ମ୍ୟାପିଂ କରାଯାଇ ଏହି ସହାୟତା ଦିଆଯିବ।
ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗସ୍ତ ହୋଇଥିବା କିଆଫୁଲ ଫସଲ ପାଇଁ ଗଞ୍ଜାମ ଜିଲାପାଳଙ୍କ ରିପୋର୍ଟ ଭିତ୍ତିରେ ସହାୟତା ଦିଆଯିବ। ଏଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଗଞ୍ଜାମ ଜିଲାପାଳ ମିଳିତ ଭାବେ ମୋଡାଲିଟି ପ୍ରସ୍ତୁତ କରିବେ।
ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ କିଆଫୁଲ ପ୍ରକ୍ରିୟାକରଣ ୟୁନିଟ୍‌କୁ ସାମିଲ କରିବା ପାଇଁ ଯୋଜନାର ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରାଯିବ।
ଗଞ୍ଜାମ ଜିଲାରେ କିଆଫୁଲ ଚାଷକୁ ପ୍ରୋତ୍ସାହିତ ନିମନ୍ତେ ବୈଷୟିକ ସହାୟତା ଯୋଗାଇ ଦେବାକୁ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ କିମ୍ବା ଅନ୍ୟ କୌଣସି ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନର ସହାୟତା ନିଆଯିବ ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?