ପାଚିକା-ସହାୟିକାଙ୍କୁ ମିଳିଲା ଶାଢ଼ି ଭତ୍ତା ୫୦୦ ଟଙ୍କା

ଭୁବନେଶ୍ୱର, ୧୪।୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନରେ ରାଜ୍ୟର ସ୍କୁଲଗୁଡ଼ିକରେ ନିୟୋଜିତ ଥିବା ପାଚିକା-ସହାୟିକାମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି। ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ଶାଢ଼ି ପାଇଁ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି। ରାଜ୍ୟର ୧ ଲକ୍ଷ ୯ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ। ପାଚିକା ଓ ସହାୟିକାମାନେ ଏହି ଗୁରୁଦାୟିତ୍ୱ ବହନ କରୁଛନ୍ତି। ୫୦ ହଜାରରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି। ସେମାନେ ମା’ ପରି ଏସବୁ ପିଲାମାନଙ୍କର ଖାଇବା ଦାୟିତ୍ୱ ନେଇଛନ୍ତି। ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୪୭୩୦ ମିଶନ ଶକ୍ତି ଗୋଷ୍ଠୀ ଜରିଆରେ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ଚାଲିଛି। ଅନ୍ୟାନ୍ୟ ସବୁ ଦାୟିତ୍ୱ ପରି ଏହି ଦାୟିତ୍ୱ ମଧ୍ୟ ଭଲ ଭାବରେ ପାଳନ କରୁଛନ୍ତି। ମିଶନ ଶକ୍ତିର ସୁନାମ ଦିନକୁ ଦିନ ବଢ଼ିଚାଲିଛି। ମିଶନ ଶକ୍ତି ଜରିଆରେ ମା’ମାନଙ୍କ ସଶକ୍ତୀକରଣ ପାଇଁ ଉଦ୍ୟମ ଜାରି ରହିବ। ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ବଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି। ସେମାନେ ମଧ୍ୟାହ୍ନଭୋଜନରେ ସ୍ବଚ୍ଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ରାଜ୍ୟରେ ଚାଲିଥିବା ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ସ୍କୁଲଗୁଡ଼ିକରେ ଉପସ୍ଥାନ ଓ ପୁଷ୍ଟିହୀନତା ଦୂର କରିବାରେ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଅଶ୍ୱଥି ଏସ୍‌. ସ୍ବାଗତ ଭାଷଣ ଦେଇଥିବା ବେଳେ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମର ନୋଡାଲ ଅଫିସର ଧନ୍ୟବାଦ ଦେଇଥିଲେ। ସୂଚନାଯୋଗ୍ୟ, ଏଥିଯୋଗୁ ରାଜ୍ୟରେ ଥିବା ୫୦,୮୬୨ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୫.୫୦ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେଉଛନ୍ତି। ୪୭୩୦ ମିଶନ ଶକ୍ତି ଗୋଷ୍ଠୀର ୧.୦୯ ଲକ୍ଷ ପାଚିକା ଓ ସହାୟିକାମାନେ ମଧ୍ୟାହ୍ନଭୋଜନ ପ୍ରସ୍ତୁତିରେ ସାମିଲ ଅଛନ୍ତି। ପୂର୍ବରୁ ୨୦୧୭-୧୮ରେ ସେମାନଙ୍କ ପାଇଁ ଶାଢ଼ି ଭତ୍ତା ବାବଦରେ ଜଣ ପିଛା ୨୫୦ ଟଙ୍କା ମଞ୍ଜୁର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri