୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଲା ପ୍ୟାକ୍ସ (PACS)ର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନଙ୍କୁ ଭିଜିଲାନ୍ସ ଗିରଫ କରିଛି।

ମିଳିଥିବା ସୂଚନା ଅନୁଯାୟୀ, କଲା ପ୍ୟାକ୍ସର ସମ୍ପାଦକ ଭାବେ କାର୍ଯ୍ୟରତ ଥିବା ସମୟରେ ଶ୍ରୀପତି ସାର ବିକ୍ରି ବାବଦ ଅର୍ଥ ଏବଂ ବିଭିନ୍ନ ସରକାରୀ ପାଣ୍ଠିରୁ ପ୍ରାୟ ୧୬ ଲକ୍ଷ ୭୨ ହଜାର ଟଙ୍କା ହାତସଫାଇ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଆର୍ଥିକ ଅନିୟମିତତା ନେଇ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିଲା।

ତଦନ୍ତ ବେଳେ ପାଣ୍ଠି ହେରଫେରର ସତ୍ୟତା ସାମ୍ନାକୁ ଆସିବା ପରେ ଭିଜିଲାନ୍ସ ଟିମ୍ ଚଢ଼ଉ କରି ଅଭିଯୁକ୍ତ ପୂର୍ବତନ ସମ୍ପାଦକଙ୍କୁ ଗିରଫ କରିଛି। ଗିରଫ ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ଏହି ଘଟଣାରେ ଅନ୍ୟ କାହାର ସଂପୃକ୍ତି ରହିଛି କି ନାହିଁ, ସେ ନେଇ ଭିଜିଲାନ୍ସ ଅଧିକ ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri