ପଦରପଡ଼ାକୁ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା

କୋକସରା,୨୧ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନ ପୋଡ଼ାଗୁଡ଼ା ପଞ୍ଚାୟତର ନେଗିଗୁଡ଼ାର ପଦରପଡ଼ାକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ଦାବି ଜଣାଇ ଆସୁଥିଲେ। ତେବେ ରାଜ୍ୟ ସରକାର ନେଗିଗୁଡ଼ାର ପଦରପଡ଼ାକୁ ନୂତନ ରାଜସ୍ବ ଗ୍ରାମ ନିମନ୍ତେ ବିବେଚିତ କରିଛନ୍ତି। ଏହି ଖବର ଜାଣିବା ପରେ ଗ୍ରାମବାସୀ ସରକାର ଓ ପ୍ରଶାସନକୁ କୃତଜ୍ଞତା ଜଣାଇଛନ୍ତି। ବୁଧବାର କୋକସରା ତହସିଲଦାର ରାକେଶ ପରୁଆ ଓ ଗୋତୋମୁଣ୍ଡା ରାଜସ୍ବ ନିରୀକ୍ଷକ ଯତୀନ୍ଦ୍ର ନାଏକ ଗ୍ରାମ ପରିଦର୍ଶନ କରିବା ସହ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପୋଡ଼ାଗୁଡ଼ା ପଞ୍ଚାୟତ ସରପଞ୍ଚ ଜୟରାମ ନାଗ, ସମିତି ସଭ୍ୟ ରାଜୀବ ଖମାରୀ, ରମଣୀ ବାଗ, ବାଲେକ ଖମାରୀ, ଗୋପଲାଲ ଗୋପାଳ, ତୁଳସୀରାମ ଗୋପାଳ, ଦେବେନ୍ଦ୍ର ଦାସ, କ୍ଷମା ସାଗର ବାଗ, ଅମୃତ ପୂଝାରୀ, ଇନ୍ଦ୍ରଜିତ ଗୋପାଳ,
ତ୍ରିଲୋଚନ ଗହିର, ଗୌରଚନ୍ଦ୍ର ଖର୍ସେଲ, ମୋତିଲାଲ ମେହେର, ଛବିଲାଲ ନାଗଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ କୃତଜ୍ଞତା ଦେବା ସହ ରାଜସ୍ବ ଗ୍ରାମର ସମସ୍ତ ପ୍ରକାର ମୌଳିକ ସୁବିଧା ଯୋଗାଇ ଦେବାକୁ ତହସିଲଦାରଙ୍କୁ ଦାବି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri