ପଦରପଡ଼ାକୁ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା

କୋକସରା,୨୧ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନ ପୋଡ଼ାଗୁଡ଼ା ପଞ୍ଚାୟତର ନେଗିଗୁଡ଼ାର ପଦରପଡ଼ାକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ଦାବି ଜଣାଇ ଆସୁଥିଲେ। ତେବେ ରାଜ୍ୟ ସରକାର ନେଗିଗୁଡ଼ାର ପଦରପଡ଼ାକୁ ନୂତନ ରାଜସ୍ବ ଗ୍ରାମ ନିମନ୍ତେ ବିବେଚିତ କରିଛନ୍ତି। ଏହି ଖବର ଜାଣିବା ପରେ ଗ୍ରାମବାସୀ ସରକାର ଓ ପ୍ରଶାସନକୁ କୃତଜ୍ଞତା ଜଣାଇଛନ୍ତି। ବୁଧବାର କୋକସରା ତହସିଲଦାର ରାକେଶ ପରୁଆ ଓ ଗୋତୋମୁଣ୍ଡା ରାଜସ୍ବ ନିରୀକ୍ଷକ ଯତୀନ୍ଦ୍ର ନାଏକ ଗ୍ରାମ ପରିଦର୍ଶନ କରିବା ସହ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପୋଡ଼ାଗୁଡ଼ା ପଞ୍ଚାୟତ ସରପଞ୍ଚ ଜୟରାମ ନାଗ, ସମିତି ସଭ୍ୟ ରାଜୀବ ଖମାରୀ, ରମଣୀ ବାଗ, ବାଲେକ ଖମାରୀ, ଗୋପଲାଲ ଗୋପାଳ, ତୁଳସୀରାମ ଗୋପାଳ, ଦେବେନ୍ଦ୍ର ଦାସ, କ୍ଷମା ସାଗର ବାଗ, ଅମୃତ ପୂଝାରୀ, ଇନ୍ଦ୍ରଜିତ ଗୋପାଳ,
ତ୍ରିଲୋଚନ ଗହିର, ଗୌରଚନ୍ଦ୍ର ଖର୍ସେଲ, ମୋତିଲାଲ ମେହେର, ଛବିଲାଲ ନାଗଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ କୃତଜ୍ଞତା ଦେବା ସହ ରାଜସ୍ବ ଗ୍ରାମର ସମସ୍ତ ପ୍ରକାର ମୌଳିକ ସୁବିଧା ଯୋଗାଇ ଦେବାକୁ ତହସିଲଦାରଙ୍କୁ ଦାବି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri