ଅବଧି ସରିଲା, ଧାନ ଉଠିଲାନି

ଟିଟିଲାଗଡ,୨ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ବିଜେପୁର ମଣ୍ଡିରେ ଧାନକିଣା ଟାର୍ଗେଟ ସରିଯାଇଛି। ଏହିଭଳି କୁହାଯାଇ ଚାଷୀଙ୍କ ଧାନ କିଣାଯାଉନାହିଁ। ଏହାର ପ୍ରତିବାଦ କରି ଚାଷୀମାନେ ବୁଧବାର ଟିଟିଲାଗଡ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ, ମାସେ ପୂର୍ବରୁ ପ୍ରଶାସନ ଧାନବିକ୍ରି କରିବାକୁ ଟୋକନ ଜାରି କରିଥିଲା। ବୁଧବାର ଟୋକନ ଅବଧି ସରିଲା। ହେଲେ ଏବେ ବି ମଣ୍ଡିରେ ପ୍ରାୟ ୧୦ହଜାର କୁଇଣ୍ଟାଲ ଧାନ ବିକ୍ରି ହେବାକୁ ପଡି ରହିଛି। ଚାଷୀ ଟୋକନ ଧରି ବସିଛନ୍ତି l ଯଦି ଚାଷୀଙ୍କ ଧାନ ବିକ୍ରି ନହେବ ତେବେ ସେମାନେ କାହାକୁ ବିକିବେ ବୋଲି ଧାରଣାରେ ବସିଥିବା ବିଜେପୁର ସରପଞ୍ଚ ହୃଷିକେଶ ବାଗ ଓ ଅନ୍ୟ ଚାଷୀ କହିଛନ୍ତି। ପୂର୍ବରୁ ମଧ୍ୟ ଟୋକନ ପାଇଥିବା ଚାଷୀଙ୍କ ଟୋକନ ଲାପ୍ସ ଭୟ ଦେଖାଇ ୧୦ ରୁ ୧୫କେଜି କଟନି ଛଟନି କରାଯାଉଥିବା ଅଭିଯୋଗ ହୋଇଛି। ପ୍ରଶାସନ ପକ୍ଷରୁ ସହାୟକ ଜିଲାପାଳ ଚନ୍ଦ୍ର ଦେହୁରୀ ଚାଷୀଙ୍କ ସହ ଆଲୋଚନା କରିଥିଲେ। ପରେ ଟିଟିଲାଗଡ଼ ଉପଖଣ୍ଡ ଯୋଗାଣ ଅଧିକାରୀ ଶଙ୍କର୍ଷଣ ଭୋଇ, ଯୋଗାଣ ନିରୀକ୍ଷକ ପଦ୍ମଲୋଚନ ମାଝୀ ଧାରଣାସ୍ଥଳକୁ ଯାଇ ଚାଷୀଙ୍କୁ ବୁଝାଶୁଝା କରିଥିଲେ। ପରେ ଧାରଣାରତ ଚାଷୀଙ୍କ ସହ ତହସିଲଦାର ପ୍ରେମଲାଲ ହିଆଲ ଏବଂ ଯୋଗାଣ ବିଭାଗ ଅଧିକାରୀ ମଣ୍ଡିକୁ ଯାଇ ଗଚ୍ଛିତ ଧାନର ସ୍ଥିତି ନିରୀକ୍ଷଣ କରିଥିଲେ। ଟୋକନ ପାଇଥିବା ସମସ୍ତ ଚାଷୀଙ୍କ ଧାନ ପ୍ରଶାସନ କିଣିବ ବୋଲି ଅଧିକାରୀ ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଧାରଣାରୁ ଓହରି ଥିଲେ। ଦେଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri