ଡିସେମ୍ବର ୧୬ରୁ ଗଞ୍ଜାମରେ ଧାନକିଣା

ଛତ୍ରପୁର,୨୧ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଖରିଫ ଧାନସଂଗ୍ରହ କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତା କରି ଆସନ୍ତା ଡିସେମ୍ବର ୧୬ରୁ ୨୬ ତାରିଖ ମଧ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଥିଲେ। ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ , ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ଧାନ ବିକ୍ରୟ ନିମନ୍ତେ ଆସୁଥିବା ଚାଷୀମାନେ ଯେପରି କୌଣସି ଅସୁବିଧାରେ ସମ୍ମୁଖୀନ ନ ହେବେ ସେ ନେଇ ବ୍ୟବସ୍ଥା କରିବାକୁ ମତ ରଖିଥିଲେ। ବୈଠକରେ ଉପସ୍ଥିତ ଜନପ୍ରତିନିଧିମାନେ ଧାନକିଣା ସଂଖ୍ୟା ବୃଦ୍ଧି କରିବାକୁ ମତ ରଖିଥିଲେ। ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା ବୈଠକରେ ଆଲୋଚ୍ୟ ବିଷୟ ଓ ସରକାରୀ ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇଥିଲେ। ଧାନ ସଂଗ୍ରହ କେନ୍ଦ୍ରଗୁଡିକ ଚାଷୀଙ୍କ ସୁବିଧା ହେଲାଭଳି ନିକଟରେ ହେବ । ଚାଷୀଙ୍କ ପ୍ରାପ୍ୟ ଧାନ ସଂଗ୍ରହ ହେବାପରେ ଅନଲାଇନ ମାଧ୍ୟମରେ ସେମାନଙ୍କ ଜମା ଖାତାକୁ ୨୪ ଘଣ୍ଟାରୁ ୪୮ ଘଣ୍ଟା ମଧ୍ୟରେ ପ୍ରଦାନ ହେବ । ଚଳିତ ୨୦୨୨-୨୩ ବର୍ଷ ଖରିଫ ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୨୦୬୦ ଟଙ୍କା ରଖାଯାଇଛି । ୩୭୦ଟି ପ୍ୟାକ୍ସ ଦ୍ୱାରା ୧,୧୨,୬୬୮ କୃଷକଙ୍କ ଧାନ ସଂଗ୍ରହ କରାଯିବ। ୯୩ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ୧୯୬୬୬ କୃଷକଙ୍କ ଧାନ ସଂଗ୍ରହ ହେବ । ସେହିଭଳି ଗୋଟିଏ ପାଣି ପଞ୍ଚାୟତ ଦ୍ୱାରା ୧୦୭ ଜଣ କୃଷକଙ୍କ ଧାନ ସଂଗ୍ରହ କରାଯିବ । ବିଗତ ବର୍ଷ ଭଳି ଚଳିତ ଖରିଫ ଧାନ ୩୬୬ ମିଲର ଅଂଶ ଗ୍ରହଣ କରିବା ନେଇ ଆକଳନ କରାଯାଇଛି। ଚଳିତବର୍ଷ ଯଥେଷ୍ଟ ସମୟ ପୂର୍ବରୁ ଭୁବନେଶ୍ୱର ସେଣ୍ଟ୍ରାଲ ସର୍ଭର ଦ୍ୱାରା ପଞ୍ଜିକରଣ ହୋଇଥିବା ସମ୍ପୃକ୍ତ ଚାଷିଙ୍କୁ ସେମାନଙ୍କ ମୋବାଇଲକୁ ଟୋକେନ ପ୍ରଦାନ ହେବ ଏବଂ ସେହି ଟୋକେନ ଗୁଡିକର ସମୟ ଧାର୍ଯ୍ୟ ୩୦ ଦିନ ପର୍ଯ୍ୟନ୍ତ ରହିବ। ଜୁମ ଆଭାଷିରେ ହୋଇଥିବା ଏହି ବୈଠକରେ ଜିଲାର ମନ୍ତ୍ରୀ, ଏମ୍‌ପି , ବିଧାୟକ, ବିଧାୟିକା, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ କୀର୍ତ୍ତି ଭାସନ, ଅତିରିକ୍ତ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ସମସ୍ତ ଉପଜିଲାପାଳ,ସମସ୍ତ ସମ୍ପୃକ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଅତିରିକ୍ତ ଜିଲାପାଳ ଲିନା କୁମାରୀ ଖେସ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri