ଡିସେମ୍ବର ୧୬ରୁ ଗଞ୍ଜାମରେ ଧାନକିଣା

ଛତ୍ରପୁର,୨୧ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଖରିଫ ଧାନସଂଗ୍ରହ କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତା କରି ଆସନ୍ତା ଡିସେମ୍ବର ୧୬ରୁ ୨୬ ତାରିଖ ମଧ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଥିଲେ। ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ , ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ଧାନ ବିକ୍ରୟ ନିମନ୍ତେ ଆସୁଥିବା ଚାଷୀମାନେ ଯେପରି କୌଣସି ଅସୁବିଧାରେ ସମ୍ମୁଖୀନ ନ ହେବେ ସେ ନେଇ ବ୍ୟବସ୍ଥା କରିବାକୁ ମତ ରଖିଥିଲେ। ବୈଠକରେ ଉପସ୍ଥିତ ଜନପ୍ରତିନିଧିମାନେ ଧାନକିଣା ସଂଖ୍ୟା ବୃଦ୍ଧି କରିବାକୁ ମତ ରଖିଥିଲେ। ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା ବୈଠକରେ ଆଲୋଚ୍ୟ ବିଷୟ ଓ ସରକାରୀ ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇଥିଲେ। ଧାନ ସଂଗ୍ରହ କେନ୍ଦ୍ରଗୁଡିକ ଚାଷୀଙ୍କ ସୁବିଧା ହେଲାଭଳି ନିକଟରେ ହେବ । ଚାଷୀଙ୍କ ପ୍ରାପ୍ୟ ଧାନ ସଂଗ୍ରହ ହେବାପରେ ଅନଲାଇନ ମାଧ୍ୟମରେ ସେମାନଙ୍କ ଜମା ଖାତାକୁ ୨୪ ଘଣ୍ଟାରୁ ୪୮ ଘଣ୍ଟା ମଧ୍ୟରେ ପ୍ରଦାନ ହେବ । ଚଳିତ ୨୦୨୨-୨୩ ବର୍ଷ ଖରିଫ ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୨୦୬୦ ଟଙ୍କା ରଖାଯାଇଛି । ୩୭୦ଟି ପ୍ୟାକ୍ସ ଦ୍ୱାରା ୧,୧୨,୬୬୮ କୃଷକଙ୍କ ଧାନ ସଂଗ୍ରହ କରାଯିବ। ୯୩ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ୧୯୬୬୬ କୃଷକଙ୍କ ଧାନ ସଂଗ୍ରହ ହେବ । ସେହିଭଳି ଗୋଟିଏ ପାଣି ପଞ୍ଚାୟତ ଦ୍ୱାରା ୧୦୭ ଜଣ କୃଷକଙ୍କ ଧାନ ସଂଗ୍ରହ କରାଯିବ । ବିଗତ ବର୍ଷ ଭଳି ଚଳିତ ଖରିଫ ଧାନ ୩୬୬ ମିଲର ଅଂଶ ଗ୍ରହଣ କରିବା ନେଇ ଆକଳନ କରାଯାଇଛି। ଚଳିତବର୍ଷ ଯଥେଷ୍ଟ ସମୟ ପୂର୍ବରୁ ଭୁବନେଶ୍ୱର ସେଣ୍ଟ୍ରାଲ ସର୍ଭର ଦ୍ୱାରା ପଞ୍ଜିକରଣ ହୋଇଥିବା ସମ୍ପୃକ୍ତ ଚାଷିଙ୍କୁ ସେମାନଙ୍କ ମୋବାଇଲକୁ ଟୋକେନ ପ୍ରଦାନ ହେବ ଏବଂ ସେହି ଟୋକେନ ଗୁଡିକର ସମୟ ଧାର୍ଯ୍ୟ ୩୦ ଦିନ ପର୍ଯ୍ୟନ୍ତ ରହିବ। ଜୁମ ଆଭାଷିରେ ହୋଇଥିବା ଏହି ବୈଠକରେ ଜିଲାର ମନ୍ତ୍ରୀ, ଏମ୍‌ପି , ବିଧାୟକ, ବିଧାୟିକା, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ କୀର୍ତ୍ତି ଭାସନ, ଅତିରିକ୍ତ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ସମସ୍ତ ଉପଜିଲାପାଳ,ସମସ୍ତ ସମ୍ପୃକ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଅତିରିକ୍ତ ଜିଲାପାଳ ଲିନା କୁମାରୀ ଖେସ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri