କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି ପାରିନାହିଁ। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଉଦ୍‌ବେଗ ପ୍ରକାଶ ପାଇଛି। ଜିଲା ଯୋଗାଣ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ଗୁରୁବାର ସୁଦ୍ଧା ୭୪୬୪ ଜଣ ଚାଷୀ ୩ଲକ୍ଷ ୫୦ ହଜାର ୪୧୮ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି। କେବଳ ଗୁରୁବାର ଗୋଟିଏ ଦିନରେ ୧୯୮୭ ଜଣ ଚାଷୀଙ୍କ ୯୨ ହଜାର ୮୭କୁଇଣ୍ଟାଲ ଧାନ ଉଠାଣ ହୋଇଛି। ଗତବର୍ଷ ଏହି ତାରିଖରେ ୧୦ ହଜାର ୩୬୬ ଚାଷୀ ୪ଲକ୍ଷ ୭୬ ହଜାର ୧୨ କୁଇଣ୍ଟାଲ ଧାନ ବିକ୍ରି କରି ସାରିଥିଲେ। ଏହି ତଥ୍ୟକୁ ଦେଖିଲେ ଗତ ବର୍ଷଠାରୁ ବହୁ ପଛରେ ଧାନ କ୍ରୟ ଚାଲିଛି। ବର୍ତ୍ତମାନ ଜିଲାର ୨୩୦ଟି ମଣ୍ଡିରୁ ୨୦୦ଟି ଖୋଲିଥିବାବେଳେ ୮୩ ମିଲର୍ସରୁ ୭୪ଜଣ ଚୁକ୍ତିନାମା କରିଛନ୍ତି। ଜିଲାକୁ ପ୍ରଥମ ପର୍ଯ୍ୟାୟରେ ୩୬ ଲକ୍ଷ ୫୮ ହଜାର କୁଇଣ୍ଟାଲ ଧାନ ଟାର୍ଗେଟ ଆସିଛି। ବର୍ତ୍ତମାନ ଜିଲାରେ ଅନେକ ଚାଷୀ ଧାନ ଅମଳ କରି ଖଳାରେ ଓ ମଣ୍ଡିରେ ରଖିଛନ୍ତି। କେବେ ମଣ୍ଡି ଚାଲିବ ଓ ଚାଷୀଙ୍କ ଧାନ ଉଠିବ ତାହା ଦେଖିବାକୁ ବାକି ରହିଲା। ଅନ୍ୟପକ୍ଷରେ ଧାନ କିଣା ମନ୍ଥର ତଥା ଅବ୍ୟସ୍ଥାକୁ ନେଇ ଶୁକ୍ରବାର ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଜୁନାଗଡ଼ ବ୍ଲକର ବିଭିନ୍ନ ମଣ୍ଡି ପରିଦର୍ଶନ କରି ଧାନ ସଂଗ୍ରହ ତଦାରଖ କରିଥିଲେ। ଜୁନାଗଡ଼ ବିଧାୟକ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଓ ଲାଞ୍ଜିଗଡ଼ ବିଧାୟକ ତଥା ଜିଲା ସଭାପତି ପ୍ରଦୀପ ଦିଶାରୀଙ୍କ ନିର୍ଦ୍ଦେଶ କ୍ରମେ ଏହି ଟିମ୍‌ରେ ସାମିଲ ଥିବା ବରିଷ୍ଠ ନେତା ସାମନ୍ତ ଖମାରୀ, ପ୍ରଶାନ୍ତ ନାଏକ, ଜୁନାଗଡ ବିଧାୟକ ପ୍ରତିନିଧି ଦିନେଶ ବଗର୍ତ୍ତି, ଜୁନାଗଡ ବ୍ଲକ ଅଧ୍ୟକ୍ଷା ସବିତା ମେହେର, ବଦ୍ରି ପଟ୍ଟନାଏକ, ମୁଣ୍ଡରାଗୁଡ଼ା ସରପଞ୍ଚ ତାରା ରାୟଗୁରୁ, ପୂର୍ବତନ ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା, ଯୁବନେତା ମନିନ୍ଦ୍ର ମହାନ୍ତି, ମଧୁସୂଦନ ନାଗ, ପୀତବାସ ବେହେରା ପ୍ରମୁଖ ଜୁନାଗଡ଼ ବ୍ଲକ ର ମାଟିଗାଁ, ବଣିଜରା, ରାଜପୁର, ମୁଣ୍ଡରାଗୁଡ଼ା ଆଦି ମଣ୍ଡି ପରିଦର୍ଶନ କରି ଚାଷୀମାନଙ୍କ ସହ ମଣ୍ଡି ଅବ୍ୟବସ୍ଥା ବିଷୟରେ ଆଲୋଚନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri