ଚାଷୀଙ୍କ ସହ ମିଶି ଧାନତଳି ରୋଇଲେ ବିଧାୟକ

ଖଇରା,୨୪।୮(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ସିମୁଳିଆ ନିର୍ବାଚନ ମଣ୍ଡଳୀର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ନିଜର ନିଆରା ଢଙ୍ଗର କାର୍ଯ୍ୟଶୈଳୀକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହି ଆସିଛନ୍ତି ା କେତେବେଳେ ହକର ସାଜି ଘରେ ଘରେ ଖବରକାଗଜ ବାଣ୍ଟି ତ ଆଉ କେତେବେଳେ ଚା’ ଦୋକାନରେ ଚା ତିଆରି କରି ଏବଂ ସର୍ବୋପରି ବିଦ୍ୟାଳୟରେ ପାଇଖାନା ସଫା କରି ଖବର ପ୍ରମୁଖ ଶିରୋନାମାରେ ରହିିଛନ୍ତି ା ପୁଣିଥରେ ମଙ୍ଗଳବାର କୃଷକ ସାଜି ଖଇରା ବ୍ଲକର ସାରୁଗାଁ ଓ ସାରକୋଣା ପଞ୍ଚାୟତରେ ଚାଷଜମିକୁ ଯାଇ ଚାଷୀମାନଙ୍କ ସହ ମିଶି ଧାନତଳି ରୋଇଛନ୍ତି ା ପ୍ରଥମେ ସାରୁଗାଁରେ ଛାତ୍ର ଜନତା ସଭାପତି ଗୌତମ ରାଉତଙ୍କ ସହ ମିଶି ଧାନତଳି ରୋଇଥିଲେ ା ପରେ ସାରକୋଣା ଗସ୍ତ କରି ଚାଷୀ ସୁଶାନ୍ତ କୁମାର ସେଠୀ, ଆଦିକନ୍ଦ ସାହୁ, ମନୋରଞ୍ଜନ ମହାପାତ୍ର, ଅଜିତ କୁମାର ମହାପାତ୍ର, ଗୋପାଳ ଚନ୍ଦ୍ର ସେଠୀ, ସିଦ୍ଧାର୍ଥ ବେହେରାଙ୍କ ସହ ମିଶି ଧାନଜମିରେ ଗଛ ପୋତିଥିଲେ ା ସରପଞ୍ଚ ସୁଶାନ୍ତ କୁମାର ନାୟକ ତାଙ୍କୁ ସହଯୋଗ କରିଥିଲେ ା ଏଭଳି ନିଆରା କାର୍ଯ୍ୟ ସମ୍ପର୍କରେ ବିଧାୟକ କହିଛନ୍ତି, କୌଣସି କାର୍ଯ୍ୟ ଛୋଟ ନୁହେଁ ା ଏଣୁ ବିଭିନ୍ନ ବର୍ଗର କର୍ମଜୀବୀଙ୍କୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କିଛି ସମୟ ସେମାନଙ୍କ ସହ କାର୍ଯ୍ୟ କରିଥାନ୍ତି ା ଚଳିତବର୍ଷ କୃଷକ ମାନଙ୍କ ମଧ୍ୟରେ କୃଷି ପ୍ରତି ଆଗ୍ରହ ସୃଷ୍ଟି, ସେମାନଙ୍କୁ ସମ୍ମାନ ତଥା ସିମୁଳିଆ ଖଇରାକୁ ସବୁଜିମା କରିବା ଉଦ୍ଦେଶ୍ୟରେ ଚାଷୀମାନଙ୍କ ସହ କିଛି ସମୟ ବିତାଉଛନ୍ତି ବୋଲି କହିଥିଲେ। ଏଥିରୁ ତାଙ୍କୁ ଆନନ୍ଦ ମିଳୁଛି ବୋଲି ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?