ମେ’୨୦ରୁ ଜିଲାରେ ରବି ଧାନ ସଂଗ୍ରହ

ନୂଆପଡ଼ା,୨୦ା୪(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶନିବାର ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ମେ’ ୨୦ରୁ ମଣ୍ଡି ଖୋଲି ରବି ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି, ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ନୂଆପଡ଼ା ବିଧାୟକ ପ୍ରତିନିଧି ରାମଲାଲ ହଂସ, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ଯୋଗେନ୍ଦ୍ର ମାଝି, ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ ରାଉତରାୟ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଆର୍ଯ୍ୟକୁମାର ମୁଦୁଲି, ଡିଆର୍‌ସିଏସ୍‌ ଶିବ ପ୍ରସାଦ ସ୍ବାଇଁ, ଚାଷୀନେତା ଯଦୁମଣି ପାଣିଗ୍ରାହୀ, ମନୋଜ ସାହୁ ଓ ବିଭିନ୍ନ ରାଇସ୍‌ ମିଲ୍‌ର ମାଳିକ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ଯୋଗାଣ ଅଧିକାରୀ ରାଉତରାୟ ସଭାକୁ ସଂଯୋଜନା କରି ଗତ ଖରିଫ ମଣ୍ଡି ସମ୍ପର୍କରେ ଅବଗତ କରାଇଥିଲେ। ଗତ ଖରିଫ ମଣ୍ଡିରେ ୨୦ ଲକ୍ଷ ୯୦ ହଜାର ୬୦୬.୦୯ କୁଇଣ୍ଟାଲ ଧାନ କ୍ରୟକରି ନୂଆପଡ଼ା ଜିଲା ପ୍ରାୟ ୯୯.୪୮% ସଫଳତା ପାଇଥିଲା। ଏହାପରେ ସର୍ବସମ୍ମତିକ୍ରମେ ଚଳିତ ରବି ମଣ୍ଡିରେ ଜିଲାର ୨୬ଟି ପ୍ରାଥମିକ କୃଷି ସମବାୟ ସମିତିକୁ ସାମିଲ କରି ୩୨ ମଣ୍ଡି ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା। ସେହିପରି ଗତ ରବିଋତୁରେ ଜିଲାରେ ୫ ଲକ୍ଷ ୩୩ ହଜାର ୪୬୦ କୁଇଣ୍ଟାଲ ଧାନ କ୍ରୟ କରିବାର ଲକ୍ଷ୍ୟଧାର୍ଯ୍ୟ ଥିବାବେଳେ ୪ ଲକ୍ଷ ୮୬ ହଜାର ୪୯୦ କୁଇଣ୍ଟାଲ ଧାନ ୯ ହଜାର ୪୩ ଜଣ ଚାଷୀଠାରୁ କ୍ରୟ କରାଯାଇଥିଲା। ଚଳିତ ରବିଋତୁରେ ଧାନ ବିକ୍ରୟ ପାଇଁ ଜିଲାରେ ୧୩ ହଜାର ୨୯୭ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି। ଗତବର୍ଷର ଲକ୍ଷ୍ୟଧାର୍ଯ୍ୟ ଅନୁଯାୟୀ ଚଳିତ ବର୍ଷ ରବିରେ ୫ ଲକ୍ଷ ୫୦ ହଜାର କୁଇଣ୍ଟାଲ ଧାନ କ୍ରୟ କରିବାକୁ ବୈଠକରେ ଆଲୋଚନା ହୋଇଥିଲା। ପରିଶେଷରେ ଜିଲାପାଳ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସୁରୁଖୁରୁରେ ଧାନ କ୍ରୟ ପାଇଁ ମିଲର୍ସ ଓ ଚାଷୀମାନଙ୍କୁ ଆହ୍ବାନ କରିଥିଲେ ଓ ବିଭାଗୀୟ ଅଧିକାରୀ ସହ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ସମସ୍ତ ମଣ୍ଡି ଯାଇ ତଦାରଖ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri