ମେ’୨୦ରୁ ଜିଲାରେ ରବି ଧାନ ସଂଗ୍ରହ

ନୂଆପଡ଼ା,୨୦ା୪(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶନିବାର ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ମେ’ ୨୦ରୁ ମଣ୍ଡି ଖୋଲି ରବି ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି, ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ନୂଆପଡ଼ା ବିଧାୟକ ପ୍ରତିନିଧି ରାମଲାଲ ହଂସ, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ଯୋଗେନ୍ଦ୍ର ମାଝି, ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ ରାଉତରାୟ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଆର୍ଯ୍ୟକୁମାର ମୁଦୁଲି, ଡିଆର୍‌ସିଏସ୍‌ ଶିବ ପ୍ରସାଦ ସ୍ବାଇଁ, ଚାଷୀନେତା ଯଦୁମଣି ପାଣିଗ୍ରାହୀ, ମନୋଜ ସାହୁ ଓ ବିଭିନ୍ନ ରାଇସ୍‌ ମିଲ୍‌ର ମାଳିକ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ଯୋଗାଣ ଅଧିକାରୀ ରାଉତରାୟ ସଭାକୁ ସଂଯୋଜନା କରି ଗତ ଖରିଫ ମଣ୍ଡି ସମ୍ପର୍କରେ ଅବଗତ କରାଇଥିଲେ। ଗତ ଖରିଫ ମଣ୍ଡିରେ ୨୦ ଲକ୍ଷ ୯୦ ହଜାର ୬୦୬.୦୯ କୁଇଣ୍ଟାଲ ଧାନ କ୍ରୟକରି ନୂଆପଡ଼ା ଜିଲା ପ୍ରାୟ ୯୯.୪୮% ସଫଳତା ପାଇଥିଲା। ଏହାପରେ ସର୍ବସମ୍ମତିକ୍ରମେ ଚଳିତ ରବି ମଣ୍ଡିରେ ଜିଲାର ୨୬ଟି ପ୍ରାଥମିକ କୃଷି ସମବାୟ ସମିତିକୁ ସାମିଲ କରି ୩୨ ମଣ୍ଡି ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା। ସେହିପରି ଗତ ରବିଋତୁରେ ଜିଲାରେ ୫ ଲକ୍ଷ ୩୩ ହଜାର ୪୬୦ କୁଇଣ୍ଟାଲ ଧାନ କ୍ରୟ କରିବାର ଲକ୍ଷ୍ୟଧାର୍ଯ୍ୟ ଥିବାବେଳେ ୪ ଲକ୍ଷ ୮୬ ହଜାର ୪୯୦ କୁଇଣ୍ଟାଲ ଧାନ ୯ ହଜାର ୪୩ ଜଣ ଚାଷୀଠାରୁ କ୍ରୟ କରାଯାଇଥିଲା। ଚଳିତ ରବିଋତୁରେ ଧାନ ବିକ୍ରୟ ପାଇଁ ଜିଲାରେ ୧୩ ହଜାର ୨୯୭ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି। ଗତବର୍ଷର ଲକ୍ଷ୍ୟଧାର୍ଯ୍ୟ ଅନୁଯାୟୀ ଚଳିତ ବର୍ଷ ରବିରେ ୫ ଲକ୍ଷ ୫୦ ହଜାର କୁଇଣ୍ଟାଲ ଧାନ କ୍ରୟ କରିବାକୁ ବୈଠକରେ ଆଲୋଚନା ହୋଇଥିଲା। ପରିଶେଷରେ ଜିଲାପାଳ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସୁରୁଖୁରୁରେ ଧାନ କ୍ରୟ ପାଇଁ ମିଲର୍ସ ଓ ଚାଷୀମାନଙ୍କୁ ଆହ୍ବାନ କରିଥିଲେ ଓ ବିଭାଗୀୟ ଅଧିକାରୀ ସହ ଜିଲାସ୍ତରୀୟ ଅଧିକାରୀମାନଙ୍କୁ ସମସ୍ତ ମଣ୍ଡି ଯାଇ ତଦାରଖ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri