କୁଆପଥର ବର୍ଷାରେ ଧାନ, କପା ଚାଷ ନଷ୍ଟ

ଗୋଲାମୁଣ୍ଡା,୬।୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକର ୩ଟି ଗ୍ରାମପଞ୍ଚାୟତରେ ଶନିବାର ରାତିରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ଏଥିଯୋଗୁ ଧାନ, କପା, ଆଖୁ, ବିଭିନ୍ନ ପନିପରିବା ଚାଷ ଓ ଡାଲି ଜାତୀୟ ଫସଲ ନଷ୍ଟ ହେବା ସହିତ ବଡ଼ ବଡ଼ ଗଛ ଉପୁଡି ପଡିଥିବା ବେଳେ ଅନେକ ଜାଗାରେ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିିଛି। ଫଳରେ ବ୍ଲକର ଚହକା, ଉଛୁଲା ଓ ବଡ଼ଚେରଗାଁ ପଞ୍ଚାୟତର ଚାଷୀ ଚିନ୍ତାରେ ଅଛନ୍ତି। ଏହି ୩ଟି ପଞ୍ଚାୟତରେ ଧାନ ଓ କପା ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବିଲରେ ଧାନ ଫସଲ ଲହଡି ଭାଙ୍ଗୁଥିବା ବେଳେ କୁଆପଥର ବର୍ଷରେ ଧାନ ବିଲରେ ଧାନ ଫସଲ ସୋଇ ପଡ଼ିଥିବା ବେଳେ ପାଚିଲା ଧନ ସବୁ ବିଲରେ ଗଦା ହୋଇପଡିଛି। ବିଲରେ ବର୍ଷାପାଣି ଚାଲୁଥିବା ବେଳେ ଏପରି ପରିସ୍ଥିରେ ଚାଷୀ ବିଲ ମଧ୍ୟରେ ତାର ବର୍ଷ ଯାକର ଧାନ ଚାଷକୁ ବିଲ ମଧ୍ୟରେ ଖୋଜି ବୁଲୁଛି। ଆଉ କିଛି ଦିନ ପରେ ଚାଷୀ କପା ଚାଷ ଅମଳ କରିବାକୁ ଥିବା ବେକେ କୁଆପଥର ବର୍ଷା ସବୁ ନଷ୍ଟ କରି ଦେଇଛି। କୁଆପଥର ବର୍ଷା ଯୋଗୁ ଗଛରେ ଝଟକୁଥିବା ଧଳା କପା ପଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅଞ୍ଚଳର ଡାଲି ଜାତୀୟ ଫସଲ ଓ ପନି ପରିବା ଚାଷ ମଧ୍ୟ ସମ୍ପୂର୍ଣ୍ଣ ଉଜୁଡି ଯାଇଛି। ଏପରିସ୍ଥଳେ ଚାଷୀକୁ ତାର ବିହନ ମିଳିବା ବି କି ନାହିଁ ଚାଷୀ ଘୋର ଚିନ୍ତରେ ଅଛନ୍ତି। ଅନେକ ଜାଗାରେ ବଡ଼ ବଡ଼ ଗଛ ଉପୁଡି ରାସ୍ତାରେ ପଡ଼ିିଛି। ରାସ୍ତାରେ ବଡ଼ ବଡ଼ ଗଛ ପଡି ରହିଥିବାରୁ ବଡ଼ଚେରଗାଁ କେଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ ରହିଛି। ଗୋଲାମୁଣ୍ଡା ଅଗ୍ନିଶମ ବିଭାଗ ପକ୍ଷରୁ ଗଛ କାଟି ରାସ୍ତା ସଫା କରୁଥିବା ଦେଖିବାକୁ ମିଳିଛି। କେତେକ ଯାଗାରେ ଲୋକଙ୍କ ଚାଳ ଛପର ମଧ୍ୟ ଉଡାଇ ନେଇଥିବା ଦେଖିବାକୁ ମିଳିଛି। ଏପରିସ୍ଥଳେ ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ କରି ସରକାରୀ ସହାୟତା ଯୋଗାଇ ଦେବାକୁ ଚାଷୀ ମହଲରେ ଦାବି ହେଉଛି। ଅପରପକ୍ଷରେ କ୍ଷୟକ୍ଷତି ଆକଳନ ପାଇଁ ଏହି ଅଞ୍ଚଳରେ କୃଷି ବିଭାଗ ସହିତ ତହସିଲଦାର ଅଶୋକ ପଟ୍ଟନାୟକ ଓ ବିଡ଼ିଓ ଅକ୍ଷୟମିତା କାର୍ତ୍ତିକ ବୁଲୁଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ମଧ୍ୟ ଯଥାଶୀଘ୍ର ବିଦ୍ୟୁତ୍‌ ଯୋଗାଣ ପାଇଁ କାର୍ଯ୍ୟ ଜୋରସୋରରେ ଚାଲିଛି। ଏହି ୩ଟି ଗ୍ରାମପଞ୍ଚାୟତର ଶହ ଶହ ହେକ୍ଟର ଚାଷ ଜମିରେ ଧାନ, କପା, ଆଖୁ, ଡାଲି ଜାତୀୟ ଫସଲ ଓ ପନିପରିବା ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ କ୍ଷୟକ୍ଷତି ଆକାଳନ ପରେ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ବୋଲି ଜଣାପଡିବ ବୋଲି ତହସିଲଦାର ପଟ୍ଟନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri