ଅଦିନିଆ ବର୍ଷାରେ ଗଜାହେଲା ପାଚିଲାଧାନ

ଧର୍ମଶାଳା,୨୬ା୧୧(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଜାରକା ପଞ୍ଚାୟତ ଉତ୍ତରଶାସନ ମୌଜାରେ ଲଘୁଚାପଜନିତ ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ଏପରି କି ବିଲରେ ପାଚିଲା ଧାନ ପଡ଼ି ଗଜା ହୋଇଯାଇଛି। ଅନେକ ଖାଲୁଆ ଜମିରେ ବର୍ଷା ଜଳ ଏବେ ବି ଜମି ରହିଛି। ଏକର ଏକର ଚାଷ ଜମିରେ ପାଚିଲା ଧାନ ଗଜା ହେବା ଅବସ୍ଥାରେ। ବିଲରେ ପାଚିଲା ଧାନ ଗଜା ହେଉଥିବା ଦେଖି ଚାଷୀ ହତାଶ ହେବା ସହ ଚିନ୍ତାରେ ପଡ଼ିଛନ୍ତି। ଧାର କରଜ କରି ଚାଷ କରିଥିବା ଚାଷୀ କେମିତି ବଞ୍ଚତ୍ବେ ସେ ନେଇ ମୁଣ୍ଡରେ ହାତ ଦେଇଛନ୍ତି। କେତେଜଣ ଚାଷୀ ପାଚିଲା ଧାନ କାଟି ବିଲରେ ପକାଇ ଥିବା ବେଳେ ଏହା ଶୁଖୁ ନ ଥିବାରୁ ଘରକୁ ଆଣିପାରୁନହାନ୍ତି। ଏପଟେ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ପୁଣି ଲଘୁଚାପ ଦାନା ବାନ୍ଧୁଛି। ଏପରିସ୍ଥଳେ ପୁଣି ବର୍ଷା ହେଲେ ଚାଷ ଉଜୁଡିଯିବ ବୋଲି ସ୍ଥାନୀୟ ଅଞ୍ଚଳର ଅଗ୍ରଣୀ ଚାଷୀ ହରିହର ବେହେରା, ସନ୍ତୋଷ ରାଉତ ପ୍ରମୁଖ ଆଶଙ୍କା କରିଛନ୍ତି। ଏନେଇ ସେମାନେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିବା ସହ ସରକାରୀ ସହାୟତା ପାଇଁ ନିବେଦନ କରିଛନ୍ତି। ଏ ସମ୍ପର୍କରେ ଧର୍ମଶାଳା ବ୍ଲକ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ପଚାରିବାରୁ କ୍ଷୟକ୍ଷତି ଅନୁଧ୍ୟାନ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri