ଅଦିନିଆ ବର୍ଷାରେ ଗଜାହେଲା ପାଚିଲାଧାନ

ଧର୍ମଶାଳା,୨୬ା୧୧(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଜାରକା ପଞ୍ଚାୟତ ଉତ୍ତରଶାସନ ମୌଜାରେ ଲଘୁଚାପଜନିତ ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ଏପରି କି ବିଲରେ ପାଚିଲା ଧାନ ପଡ଼ି ଗଜା ହୋଇଯାଇଛି। ଅନେକ ଖାଲୁଆ ଜମିରେ ବର୍ଷା ଜଳ ଏବେ ବି ଜମି ରହିଛି। ଏକର ଏକର ଚାଷ ଜମିରେ ପାଚିଲା ଧାନ ଗଜା ହେବା ଅବସ୍ଥାରେ। ବିଲରେ ପାଚିଲା ଧାନ ଗଜା ହେଉଥିବା ଦେଖି ଚାଷୀ ହତାଶ ହେବା ସହ ଚିନ୍ତାରେ ପଡ଼ିଛନ୍ତି। ଧାର କରଜ କରି ଚାଷ କରିଥିବା ଚାଷୀ କେମିତି ବଞ୍ଚତ୍ବେ ସେ ନେଇ ମୁଣ୍ଡରେ ହାତ ଦେଇଛନ୍ତି। କେତେଜଣ ଚାଷୀ ପାଚିଲା ଧାନ କାଟି ବିଲରେ ପକାଇ ଥିବା ବେଳେ ଏହା ଶୁଖୁ ନ ଥିବାରୁ ଘରକୁ ଆଣିପାରୁନହାନ୍ତି। ଏପଟେ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ପୁଣି ଲଘୁଚାପ ଦାନା ବାନ୍ଧୁଛି। ଏପରିସ୍ଥଳେ ପୁଣି ବର୍ଷା ହେଲେ ଚାଷ ଉଜୁଡିଯିବ ବୋଲି ସ୍ଥାନୀୟ ଅଞ୍ଚଳର ଅଗ୍ରଣୀ ଚାଷୀ ହରିହର ବେହେରା, ସନ୍ତୋଷ ରାଉତ ପ୍ରମୁଖ ଆଶଙ୍କା କରିଛନ୍ତି। ଏନେଇ ସେମାନେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିବା ସହ ସରକାରୀ ସହାୟତା ପାଇଁ ନିବେଦନ କରିଛନ୍ତି। ଏ ସମ୍ପର୍କରେ ଧର୍ମଶାଳା ବ୍ଲକ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ପଚାରିବାରୁ କ୍ଷୟକ୍ଷତି ଅନୁଧ୍ୟାନ କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ପୋଲିସ, ୫୫ କେଜି…

ଦେବଗଡ,୪।୯(ଶଶାଙ୍କ ଶେଖର ଝାଙ୍କର): ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ଥାନା ପୋଲିସ । ଚଢାଉ କରାଯାଇ ଏକ ଡିଜାୟାର କାର ସହିତ ୫୫ କିଲୋଗ୍ରାମ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri