କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ

ଜୟପୁର,୨୬ା୫(ନି.ପ୍ର.): ଜୟପୁର ତହସିଲର କୁମୁଲିପୁଟ ଓ ରଣ୍ଡାପାଲ୍ଲୀ ପଞ୍ଚାୟତରେ କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ ହୋଇଛି। ବୁଧବାରର କୁଆପଥର ବର୍ଷାରେ ଧନ ଫସଲ ନଷ୍ଟ ହୋଇଥିବାରୁ ଚାଷୀମାନେ ଭାଙ୍ଗି ପଡିଛନ୍ତି। କୁଆପଥର ମାଡ଼ରେ ଧାନ ଅମଳ ହେଉଥିବା ଧାନ ନଷ୍ଟ ହୋଇଛି। ଏନେଇ ସାମାଜିକ କର୍ମୀ ବି. ହରି ରାଓଙ୍କ ନେତୃତ୍ୱରେ ଚାଷୀମାନେ ଜୟପୁର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇ କେଉଁ ଅଞ୍ଚଳରେ କେତେ ପରିମାଣରେ ଧାନ ଗଛ ନଷ୍ଟ ହୋଇଛି ତାହା ଆକଳନ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ଏହି ଦାବିପତ୍ରର ନକଲ କୋରାପୁଟ ଜିଲାପାଳଙ୍କୁ ପଠାଯାଇଛି। ସୂଚନାପାଇ ଜୟପୁର ତହସିଲଦାର ସାଗରିକା ଷଡ଼ଙ୍ଗୀ ଯାଇ କ୍ଷେତ୍ର ପରିଦର୍ଶନ କରି ଚାଷୀଙ୍କ ସହ ଆଲୋଚନା କରିଛନ୍ତି। ଏ ନେଇ ଜୟପୁର ତହସିଲଦାର ସାଗରିକା ଷଡ଼ଙ୍ଗୀଙ୍କୁ ପଚାରିବାରୁ ରଣ୍ଡାପାଲ୍ଲୀ, ଜୟନ୍ତୀଗିରି, କୁମୁଲିପୁଟ, ଉମୁରି ଆଦି ଅଞ୍ଚଳରେ କୁଆପଥର ମାଡ଼ ହୋଇଛି। କ୍ଷେତ୍ର ପରିଦର୍ଶନ କରି ଜିଲା ପ୍ରଶାସନକୁ ଅବଗତ କରାଯାଇଛି। ଆର୍‌ଆଇ ଓ ଭିଏଲ୍‌ଡବ୍ଲ୍ୟୁର ମିଳିତ ଆକଳନ କରି ରିପୋର୍ଟ ଆସିବା ପରେ ପ୍ରଶାସନକୁ ଜଣାଯିବ ବୋଲି କହିଛନ୍ତି। ରଣ୍ଡାପାଲ୍ଲୀ ପଞ୍ଚାୟତରେ ୨ଟି ଘର ଭାଙ୍ଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri