କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ

ଜୟପୁର,୨୬ା୫(ନି.ପ୍ର.): ଜୟପୁର ତହସିଲର କୁମୁଲିପୁଟ ଓ ରଣ୍ଡାପାଲ୍ଲୀ ପଞ୍ଚାୟତରେ କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ ହୋଇଛି। ବୁଧବାରର କୁଆପଥର ବର୍ଷାରେ ଧନ ଫସଲ ନଷ୍ଟ ହୋଇଥିବାରୁ ଚାଷୀମାନେ ଭାଙ୍ଗି ପଡିଛନ୍ତି। କୁଆପଥର ମାଡ଼ରେ ଧାନ ଅମଳ ହେଉଥିବା ଧାନ ନଷ୍ଟ ହୋଇଛି। ଏନେଇ ସାମାଜିକ କର୍ମୀ ବି. ହରି ରାଓଙ୍କ ନେତୃତ୍ୱରେ ଚାଷୀମାନେ ଜୟପୁର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇ କେଉଁ ଅଞ୍ଚଳରେ କେତେ ପରିମାଣରେ ଧାନ ଗଛ ନଷ୍ଟ ହୋଇଛି ତାହା ଆକଳନ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ଏହି ଦାବିପତ୍ରର ନକଲ କୋରାପୁଟ ଜିଲାପାଳଙ୍କୁ ପଠାଯାଇଛି। ସୂଚନାପାଇ ଜୟପୁର ତହସିଲଦାର ସାଗରିକା ଷଡ଼ଙ୍ଗୀ ଯାଇ କ୍ଷେତ୍ର ପରିଦର୍ଶନ କରି ଚାଷୀଙ୍କ ସହ ଆଲୋଚନା କରିଛନ୍ତି। ଏ ନେଇ ଜୟପୁର ତହସିଲଦାର ସାଗରିକା ଷଡ଼ଙ୍ଗୀଙ୍କୁ ପଚାରିବାରୁ ରଣ୍ଡାପାଲ୍ଲୀ, ଜୟନ୍ତୀଗିରି, କୁମୁଲିପୁଟ, ଉମୁରି ଆଦି ଅଞ୍ଚଳରେ କୁଆପଥର ମାଡ଼ ହୋଇଛି। କ୍ଷେତ୍ର ପରିଦର୍ଶନ କରି ଜିଲା ପ୍ରଶାସନକୁ ଅବଗତ କରାଯାଇଛି। ଆର୍‌ଆଇ ଓ ଭିଏଲ୍‌ଡବ୍ଲ୍ୟୁର ମିଳିତ ଆକଳନ କରି ରିପୋର୍ଟ ଆସିବା ପରେ ପ୍ରଶାସନକୁ ଜଣାଯିବ ବୋଲି କହିଛନ୍ତି। ରଣ୍ଡାପାଲ୍ଲୀ ପଞ୍ଚାୟତରେ ୨ଟି ଘର ଭାଙ୍ଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri