ଟାର୍ଗେଟ ନ ଆସିବାରୁ ଧାନ ଉଠୁନି

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନକିଣାରେ ଅବ୍ୟବସ୍ଥା ଲାଗି ରହିଛି। ଚାଷୀ ଖରା, ଶୀତ କାକରରେ ମଣ୍ଡିରେ ଧାନ ଧରି ବସିରହିଛି, କିନ୍ତୁ ଧାନ କିଣାଯାଉନାହିଁ। ବିଭିନ୍ନ ଆଳ ଦେଖାଇ ମିଲର୍ସ ଧାନ ଉଠାଉ ନାହାନ୍ତି। ଟୋକନ ଅବଧି ଶେଷ ହେବାକୁ ବସିଥିବା ବେଳେ ଧାନ ବିକ୍ରି ନେଇ ଚାଷୀଙ୍କୁ ଚିନ୍ତା ଘାରିଛି। ଏଭଳି ଦୃଶ୍ୟ ଗୋଳବାଇ ସେବା ସମବାୟ ସମିତିରେ ଦେଖିବାକୁ ମିଳଛି। ଅନ୍ୟପକ୍ଷରେ ଟାର୍ଗେଟ୍‌ ଆସୁ ନ ଥିବାରୁ ଧାନ କିଣାଯାଉନି ବୋଲି ସମିତି ସମ୍ପାଦକ ପରମାନନ୍ଦ ନାୟକ କହିଛନ୍ତି।
ପ୍ରକାଶ ଯେ, ଏହି ସେବା ସମବାୟ ସମିତି ଗୋଲବାଇ, ଜଙ୍କିଆ ଓ ଗୋଡିପଡା ପଞ୍ଚାୟତକୁ ନେଇ ଗଠିତ। ଚଳିତ ବର୍ଷ ୪୦୦ଚାଷୀ ୧୩ହଜାର କୁଇଣ୍ଟାଲ ଧାନ ବିକ୍ରି କରିବା ପାଇଁ ପଞ୍ଜୀକରଣ କରିଥିଲେ। ଏଯାବତ୍‌ ୧୨୦ଚାଷୀଙ୍କ ଠାରୁ ୩୯୯୯ କୁଇଣ୍ଟାଲ ଧାନ ମିଲର୍ସ ନେଇଛନ୍ତି। ଫଳରେ ଅବଶିଷ୍ଟ ଧାନ ଖରା କାକରରେ, ବାରି ଓ ଘର ବାରଣ୍ଡାରେ ପଡିରହିଛି। ଏହି ଧାନ ନେବା ପାଇଁ ଛଣଗିରି ପଞ୍ଚାୟତ ରମାବିଲି ଠାରେ ଥିବା ଗଣେଶ ରାଇସ୍‌ ମିଲକୁ ସମବାୟ ସମିତି ପକ୍ଷରୁ ଧାନ ସଂଗ୍ରହ ନିମନ୍ତେ ଚୁକ୍ତି ହୋଇଛି। ତେବେ ଟୋକନ ଅନୁସାରେ ଧାନ ଉଠୁନଥିବା ଚାଷୀ ଅଭିଯୋଗ କରିଛନ୍ତି। ଆସନ୍ତା ୨୦ତାରିଖ ସୁଦ୍ଧା ମିଲର୍ସ ଧାନ ନ ନେଲେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଟୋକନ ଅବଧି ଶେଷ ହୋଇଯିବ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ମଣ୍ଡି ଠିକ୍‌ରେ ଖୋଲୁ ନ ଥିବାରୁ ଆନ୍ଧ୍ରପ୍ରଦେଶ ବେପାରୀମାନେ ଗଁାରେ ପଶି କମ୍‌ ମୂଲ୍ୟରେ ଧାନ କିଣୁଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri