ଟାର୍ଗେଟ ନ ଆସିବାରୁ ଧାନ ଉଠୁନି

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନକିଣାରେ ଅବ୍ୟବସ୍ଥା ଲାଗି ରହିଛି। ଚାଷୀ ଖରା, ଶୀତ କାକରରେ ମଣ୍ଡିରେ ଧାନ ଧରି ବସିରହିଛି, କିନ୍ତୁ ଧାନ କିଣାଯାଉନାହିଁ। ବିଭିନ୍ନ ଆଳ ଦେଖାଇ ମିଲର୍ସ ଧାନ ଉଠାଉ ନାହାନ୍ତି। ଟୋକନ ଅବଧି ଶେଷ ହେବାକୁ ବସିଥିବା ବେଳେ ଧାନ ବିକ୍ରି ନେଇ ଚାଷୀଙ୍କୁ ଚିନ୍ତା ଘାରିଛି। ଏଭଳି ଦୃଶ୍ୟ ଗୋଳବାଇ ସେବା ସମବାୟ ସମିତିରେ ଦେଖିବାକୁ ମିଳଛି। ଅନ୍ୟପକ୍ଷରେ ଟାର୍ଗେଟ୍‌ ଆସୁ ନ ଥିବାରୁ ଧାନ କିଣାଯାଉନି ବୋଲି ସମିତି ସମ୍ପାଦକ ପରମାନନ୍ଦ ନାୟକ କହିଛନ୍ତି।
ପ୍ରକାଶ ଯେ, ଏହି ସେବା ସମବାୟ ସମିତି ଗୋଲବାଇ, ଜଙ୍କିଆ ଓ ଗୋଡିପଡା ପଞ୍ଚାୟତକୁ ନେଇ ଗଠିତ। ଚଳିତ ବର୍ଷ ୪୦୦ଚାଷୀ ୧୩ହଜାର କୁଇଣ୍ଟାଲ ଧାନ ବିକ୍ରି କରିବା ପାଇଁ ପଞ୍ଜୀକରଣ କରିଥିଲେ। ଏଯାବତ୍‌ ୧୨୦ଚାଷୀଙ୍କ ଠାରୁ ୩୯୯୯ କୁଇଣ୍ଟାଲ ଧାନ ମିଲର୍ସ ନେଇଛନ୍ତି। ଫଳରେ ଅବଶିଷ୍ଟ ଧାନ ଖରା କାକରରେ, ବାରି ଓ ଘର ବାରଣ୍ଡାରେ ପଡିରହିଛି। ଏହି ଧାନ ନେବା ପାଇଁ ଛଣଗିରି ପଞ୍ଚାୟତ ରମାବିଲି ଠାରେ ଥିବା ଗଣେଶ ରାଇସ୍‌ ମିଲକୁ ସମବାୟ ସମିତି ପକ୍ଷରୁ ଧାନ ସଂଗ୍ରହ ନିମନ୍ତେ ଚୁକ୍ତି ହୋଇଛି। ତେବେ ଟୋକନ ଅନୁସାରେ ଧାନ ଉଠୁନଥିବା ଚାଷୀ ଅଭିଯୋଗ କରିଛନ୍ତି। ଆସନ୍ତା ୨୦ତାରିଖ ସୁଦ୍ଧା ମିଲର୍ସ ଧାନ ନ ନେଲେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଟୋକନ ଅବଧି ଶେଷ ହୋଇଯିବ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ମଣ୍ଡି ଠିକ୍‌ରେ ଖୋଲୁ ନ ଥିବାରୁ ଆନ୍ଧ୍ରପ୍ରଦେଶ ବେପାରୀମାନେ ଗଁାରେ ପଶି କମ୍‌ ମୂଲ୍ୟରେ ଧାନ କିଣୁଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri